ପାଟଣାରେ ଉଡ଼ିଲା ତ୍ରିରଙ୍ଗା, ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ୭୬ତମ ସ୍ବାଧୀନତା ଦିବସ ସୋମବାର ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସରେ ସ୍ବାସ୍ଥ୍ୟ ବିଭାଗ ଓ ଅଗ୍ନିଶମ ବିଭାଗର ୨୧୧ ଜଣ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହ ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣାପାଣି ନାଏକ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ, ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ବିଇଓ ପୂର୍ଣ୍ଣଚନ୍ଦ୍ର ଅମାତ, ସାମାଜିକ କର୍ମୀ ଅଜୟ କୁମାର ଦାଶ ଯୋଗ ଦେଇଥିଲା ବେଳେ ପାର୍ଥ ସାରଥୀ ବେଜ ସଂଯୋଜନା କରିଥିଲେ। ପାଟଣା ବ୍ଲକ ଓ ସେଣ୍ଟ ଜାଭିୟର ସ୍କୁଲରେ ବିଧାୟକ ନାଏକ ତହସିଲରେ ଅତିରିକ୍ତ ତହସିଲଦାର ସରଣ କୁମାର ଜେନା, ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ, ପାଟଣା ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ, ତୁରୁମୁଙ୍ଗା ଥାନାରେ ଥାନାଧିକାରୀ ମଦନ ମୋହନ ନାଏକ,ପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ସାହୁ, ଅଗ୍ନିଶମ କାର୍ଯ୍ୟାଳୟରେ ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତ,ପ୍ରେସ କ୍ଲବରେ ସଭାପତି ମହେଶ୍ବର ପୃଷ୍ଟି, ମୁକ୍ତିତୀର୍ଥ କ୍ଲବରେ ସଭାପତି ଭାଗୀରଥି ଦାଶ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଅରବିନ୍ଦ ଦାଶ,ଓ ପୁରାତନ ଜିଏନ ହାଇସ୍କୁଲରେ ପ୍ରତାପ ଚନ୍ଦ୍ର ମହାନ୍ତ ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରିଥିଲେ। କରୋନା ଗାଇଡ୍‌ଲାଇନ ପାଇଁ ପରେଡ୍‌ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ବାତିଲ କରାଯାଇଥିଲା। ବିଧାୟକ ଓ ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତେବାସୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri