କଟକ ଅଫିସ,୧୨ା୮: କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତର ଏକ ଗ୍ରାମରୁ ଜଣେ ଆଦିବାସୀ ନାବାଳିକାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପୋଲିସ ଏହାକୁ ଆତ୍ମହତ୍ୟା ଦର୍ଶାଇ ଥିବାବେଳେ ନାବାଳିକା ଜଣଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ବିଭିନ୍ନ ସଙ୍ଗଠନ ଅଭିଯୋଗ କରିଥିଲେ। ଜାତୀୟ ଅନୁସୂଚିତ ଜନଜାତି ଆୟୋଗ (ନ୍ୟାଶନାଲ କମିଶନ ଫର ସିଡ୍ୟୁଲ୍ଡ ଟ୍ରାଇବ୍) ଏହି ଘଟଣାରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ରିପୋର୍ଟ ତଲବ କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ଜୁଲାଇ ୨୧ରେ ନାବାଳିକାଙ୍କ ମୃତଦେହ ମିଳିଥିଲା। ଏହାର ପୂର୍ବ ଦିନ ରାତିରେ ସେ ପରିସ୍ରା ପାଇଁ ଘର ବାହାରକୁ ଯାଇ ଆଉ ଫେରି ନ ଥିଲେ। ପରଦିନ ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ମିଳିଥିବା ବେଳେ ତାଙ୍କର ପୋଷାକ ଚିରିଯାଇଥିଲା। ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଦଫା ୩୦୬ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗ) ଅନୁଯାୟୀ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିଲା। ସ୍ଥାନୀୟ ପ୍ରଶାସନ ଓ ପୋଲିସ ଘଟଣାକୁ ଚପାଇଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି ଭାଜପା ନେତ୍ରୀ ସୁକେଶୀ ଓରାମ ଓ କାଳିରାମ ମାଞ୍ଝୀ ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ଦ୍ୱାରସ୍ଥ ହୋଇଥିଲେ। ଜିଲା ପ୍ରଶାସନ ଓ ପୋଲିସ ଅଧିକାରୀଙ୍କ ବିରୋଧରେ ଏସ୍ସି ଏସ୍ଟି ଆଟ୍ରୋସିଟି ଆକ୍ଟ ଓ ପୋକ୍ସୋ ଆକ୍ଟରେ ମାମଲା ରୁଜୁ, ଘଟଣାର ନିରପେକ୍ଷ ତଦନ୍ତ ଓ ନାବାଳିକାଙ୍କ ମୃତଦେହର ବ୍ୟବଚ୍ଛେଦ ରିପୋର୍ଟ ସାର୍ବଜନୀନ କରିବା ପାଇଁ ସେମାନେ ଦାବି କରିଥିଲେ।
Posted inଆମ ଜିଲା ଖବର, କଟକ View All
କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ
ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…
୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…
ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
Archives

