ଆରମ୍ଭ ହେଲା ଆଦିବାସୀ ମେଳା

ଭୁବନେଶ୍ୱର, ୨୧ା୨(ବ୍ୟୁରୋ):ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ସୋମବାରଠାରୁ ଆଦିବାସୀ ମେଳା ଆରମ୍ଭ ହୋଇଛି। ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆଠାରେ ଏହି ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ କଳାବସ୍ତୁ ପ୍ରଭାଗକୁ ବୁଲି ଦେଖିବା ସହ ମେଳାରେ ଅଂଶଗ୍ରହଣ କରିଥିବା ଆଦିବାସୀ ଶିଳ୍ପୀ, କଳାକାର ଓ ଜନଜାତିର ଲୋକଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ। ଆଦିବାସୀ କଳା, ସଂସ୍କୃତି ଓ ସ୍ଥାପତ୍ୟ ପ୍ରଦର୍ଶନ କରିବା ସହିତ ବିଭିନ୍ନ ଜଙ୍ଗଲଜାତ ଦ୍ରବ୍ୟ ଓ ଆଦିବାସୀଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀର ବିକ୍ରିବଟା ପାଇଁ ସୁଯୋଗ ସୃଷ୍ଟି ହେଉଛି ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ। ମାର୍ଚ୍ଚ ୧ ପର୍ଯ୍ୟନ୍ତ ୧୦ଦିନ ଧରି ଚାଲିବାକୁ ଥିବା ଏହି ମେଳାରେ ମୋଟ ୧୨୧ଟି ଷ୍ଟଲ୍‌ ଖୋଲିଥିବାବେଳେ ଏଥିରେ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନ ଓ ବିକ୍ରୟ ହେଉଛି। ୧୦ଟି ପ୍ରାଚୀନ ଜନଜାତି ଘରର ମଡେଲ ପ୍ରଦର୍ଶିତ ହେଉଛି। ଏଥିରେ ପରମ୍ପରା ସହ ପ୍ରଗତିର ଝଲକ ଦେଖିବାକୁ ମିଳୁଛି। ସେହିପରି ଆଦିବାସୀ ହାଟରେ ବିଭିନ୍ନ ଆଦିବାସୀ ଓ ଜଙ୍ଗଲଜାତ ସାମଗ୍ରୀ ବିକ୍ରିବଟାର ବ୍ୟବସ୍ଥା ହୋଇଛି। ଆଇଟିଡିଏ ଓ ମାଇକ୍ରୋପ୍ରୋଜେକ୍ଟ ଅଞ୍ଚଳର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ର ସଭ୍ୟାମାନେ ନିଜ ଦ୍ୱାରା ପ୍ରସ୍ତୁତ ଓ ଉତ୍ପାଦିତ ସାମଗ୍ରୀ ବିକ୍ରୟ କରୁଛନ୍ତି। ଆଇଟିଡିଏ ଦ୍ୱାରା ୬୨ଟି ଷ୍ଟଲରେ ଜନଜାତି ଏସ୍‌ଏଚ୍‌ଜିର ମା’ମାନେ ସେମାନଙ୍କ ଦ୍ୱାରା ଉତ୍ପାଦିତ ଓ ସଂଗୃହୀତ ଦ୍ରବ୍ୟ ବିକ୍ରୟ କରୁଛନ୍ତି। ୧୭ଟି ଷ୍ଟଲ ଅଣୁପ୍ରକଳ୍ପ ଅଧୀନ ଜନଜାତି ଏସ୍‌ଏଚ୍‌ଜିର ମହିଳାଙ୍କୁ ଆବଣ୍ଟିତ ହୋଇଥିବାବେଳେ ଟିଡିସିସି, ଓଏଫ୍‌ ଏସ୍‌ଡିଏସ୍‌, ମିଶନ ଶକ୍ତି, ଓର୍‌ମାସ୍‌, ମିଲେଟ୍‌ ମିଶନ, ହସ୍ତତନ୍ତ ଓ ବୟନ, ହସ୍ତଶିଳ୍ପ ତଥା ଯୋଜନା ଓ ସଂଯୋଜନ ବିଭାଗ ୨୩ଟି ଷ୍ଟଲରେ ନିଜ ଉତ୍ପାଦିତ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ ତଥା ସୂଚନା ପ୍ରଦାନ କରୁଛନ୍ତି। ଏଥିସହ ମନୋରଞ୍ଜନ ପାଇଁ ମେଳାରେ ପ୍ରତି ସନ୍ଧ୍ୟା ୬ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ଜନଜାତି ନୃତ୍ୟ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଛି। ଉଦ୍‌ଘାଟନୀ ସନ୍ଧ୍ୟାରେ ୪ଟି ନୃତ୍ୟ ଦଳ ପକ୍ଷରୁ ଧୁରୁଆ ଜନଜାତିଙ୍କ ବିର୍‌ଲି ନୃତ୍ୟ, କନ୍ଧ ଜନଜାତିର ଢାପ୍‌ ନୃତ୍ୟ, କନ୍ଧ ଜନଜାତିଙ୍କ ଘୁମୁରା, ପରଜା ଜନଜାତିଙ୍କ ଢେମ୍‌ସା ନୃତ୍ୟ ପରିବେଷିତ ହୋଇଥିଲା।
ଉଦ୍‌ଘାଟନୀ ଉତ୍ସବରେ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝୀ, ମେୟର ସୁଲୋଚନା ଦାସ, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଆର୍‌. ବାଲକ୍ରିଷ୍ଣନ୍‌, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-‘ଟି’) ଭି.କେ. ପାଣ୍ଡିଆନ୍‌, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ, ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ବିଶ୍ୱରଞ୍ଜନ ସାସମଲ, ଓପିଇଏଲ୍‌ଆଇପିର ପ୍ରୋଗ୍ରାମ ଡାଇରେକ୍ଟର ପି. ଅର୍ଥନାରୀ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ମେଳାରେ ସୁରକ୍ଷା ପାଇଁ ବ୍ୟାପକ ପୋଲିସ୍‌ ମୁତୟନ କରାଯିବା ସହିତ ଘରୋଇ ସୁରକ୍ଷା କର୍ମୀ ଓ ସିସି କ୍ୟାମେରାର ବ୍ୟବସ୍ଥା ହୋଇଛି। ନିରାପତ୍ତା ଦୃଷ୍ଟିକୋଣରୁ ମୁଖ୍ୟ କଣ୍ଟ୍ରୋଲ ରୁମ୍‌, ଆଣୁ ଚିକିତ୍ସା କେନ୍ଦ୍ର, ଅସ୍ଥାୟୀ ଦମକଳ କେନ୍ଦ୍ର, ଅସ୍ଥାୟୀ ଜନସ୍ବାସ୍ଥ୍ୟ ଓ ବିଦ୍ୟୁତ ନିୟନ୍ତ୍ରଣ କେନ୍ଦ୍ର ମଧ୍ୟ ଖୋଲାଯାଇଛି। ଏଥିସହ କରୋନା ସଚେତନତା ସୃଷ୍ଟି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri