ରାଷ୍ଟ୍ରପତି ପଦବୀ ପାଇଁ ଦ୍ରୌପଦୀଙ୍କ ନାମ ଘୋଷଣା ପରେ ନାଚିଲେ ଆଦିବାସୀ

ମହାକାଳପଡ଼ା,୨୩ା୬ (ଡି.ଏନ୍‌.ଏ.): ଓଡ଼ିଶାର ଝିଅ ତଥା ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଏନ୍‌ଡିଏ ସରକାର ଦୌପଦୀ ମୁର୍ମୁଙ୍କ ନାମ ଘୋଷଣା କରିବା ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ପେଟଛେଲା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଅନୁସୂଚିତ ଜନଜାତି ସମ୍ପ୍ରଦାୟ ମହିଳା ଓ ପୁରୁଷଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ସେମାନେ ବିଭିନ୍ନ ଗଣମାଧ୍ୟମରୁ ଏହି ଖବର ଜାଣିବାପ ରେ ପାରମ୍ପରିକ ବାଦ୍ୟ ବଜାଇ ସଙ୍ଗୀତର ତାଳେ ତାଳେ ନାଚି ଥିଲେ । ଆମ ଜନଜାତି ସମ୍ପ୍ରଦାୟର ଜଣେ ମହିଳା ଦେଶର ସର୍ବୋଚ୍ଚ ପଦବୀ ପାଇଁ ମନୋନୀତ ହୋଇଥିବାରୁ ଆମେ ଗର୍ବିତ । ଆମ ସମ୍ପ୍ରଦାୟର ବିକାଶ ପ୍ରତି ପ୍ରାଥମିକତା ସେ ଦେବେ ବୋଲି ଆମର ବିଶ୍ୱାସ ରହିଛି । ସମାଜର ମୂଖ୍ୟସ୍ରୋତରେ ଜନଜାତି ସମ୍ପ୍ରଦାୟର ଲୋକଙ୍କୁ ସେ ପ୍ରାଧାନ୍ୟ ଦେବା ସହ ଆମ ଅଞ୍ଚଳର ବିକାଶ ହେବ ବୋଲି ଜନଜାତି ମୁଖିଆମାନେ କହିଛନ୍ତି । ସେମାନେ ଦ୍ରୌପଦୀଙ୍କ ପାଇଁ ଶୁଭ ମନାସୀ ନିଜ ଇଷ୍ଟ ଦେବତା ବାରଙ୍ଗମୁରୁଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ । ଦ୍ରୌପଦୀ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଆଦିବାସୀ, ଶବର, ସାନ୍ତାଳ, ଭୂମିଜ ଆଦି ସମ୍ପ୍ରଦାୟର ଦୁଃଖ ଶୁଣିବେ ବୋଲି ଗ୍ରାମର ଝଡୁ ଭକ୍ତା,ପଇଡ଼ ଭକ୍ତା, ରୂପାଲି ଭକ୍ତା, ହରି ଆହାଡ଼ି, ରାମ ପାତ୍ର, ସୁଦନ ଭକ୍ତା, ସପନ ଭକ୍ତା, ସହଚରୀ ଆହାଡି, ଲକ୍ଷ୍ମୀଧର ଆହାଡି, ତପୁ ନାହାକ, ସବିତା ଭକ୍ତା ପ୍ରମୁଖ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri