Posted inଜାତୀୟ

ଓଡ଼ିଶା, ଛତିଶଗଡ଼କୁ ସାକ୍ଷୀ ତାଲିକା ମାଗିଲେ ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ, ୧୯।୧୨: ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ସାକ୍ଷୀ ତାଲିକା ଆସନ୍ତା ୨ସପ୍ତାହ ମଧ୍ୟରେ ପ୍ରଦାନ କରିବାକୁ ଶନିବାର ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ବିଚାରପତି ଏ.ଏମ୍‌.ଖାନ୍‌ଓ୍ବିଲକରଙ୍କ ଅଧ୍ୟକ୍ଷତାରେ ବିଚାରପତି ଇନ୍ଦରମିତ୍‌ କୌର ଏବଂ ରବି ରଞ୍ଜନଙ୍କୁ ନେଇ ଗଠିତ ୩ଜଣିଆ ଖଣ୍ଡପୀଠ ସତ୍ୟପାଠ ମାଧ୍ୟମରେ ସାକ୍ଷୀମାନଙ୍କ ତାଲିକା ପ୍ରଦାନ କରିବାକୁ ଉଭୟ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୫ତାରିଖକୁ ଧାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ଓଡ଼ିଶା ଓ ଛତିଶଗଡ଼ର ମହାନଦୀ ଅବବାହିକା ସମ୍ପର୍କିତ ଦଲିଲ ଓ ନଥି ଯୋଗାଇଦେବାକୁ ଉଭୟ ରାଜ୍ୟ ପକ୍ଷରୁ ପୂର୍ବରୁ ବହୁବାର ଅନୁରୋଧ କରାଯାଇଥିଲେ ସୁଦ୍ଧା କେନ୍ଦ୍ରୀୟ ସଂସ୍ଥା କିଛି ପଦକ୍ଷେପ ନେଉନାହାନ୍ତି। ତେଣୁ କେନ୍ଦ୍ରୀୟ ସଂସ୍ଥା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗତ ଅକ୍ଟୋବର ୨୩ରେ ଉଭୟ ରାଜ୍ୟ ଟ୍ରିବ୍ୟୁନାଲ ନିକଟରେ ଆବେଦନ କରିଥିଲେ। ଟ୍ରିବ୍ୟୁନାଲ୍‌ ମଧ୍ୟ ଉଭୟ ରାଜ୍ୟ ଆବଶ୍ୟକ କରୁଥିବା ଦଲିଲ ଯୋଗାଇଦେବାକୁ କେନ୍ଦ୍ରୀୟ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ମହାନଦୀ ଜଳ ବାଣ୍ଟନ ନେଇ ଉଭୟ ରାଜ୍ୟ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଓଡ଼ିଶାର ଆବେଦନ ଅନୁସାରେ ଛତିଶଗଡ଼ ଉପରମୁଣ୍ଡରେ ରହିଥିବା କାରଣରୁ ମନଇଚ୍ଛା ଏକାଧିକ ବ୍ୟାରେଜ ନିର୍ମାଣ କରି ଓଡ଼ିଶାକୁ ଜଳ ପ୍ରବାହରେ ବାଧା ସୃଷ୍ଟି କରୁଛି। ତେଣୁ ମହାନଦୀ ଉପରେ ଛତିଶଗଡ଼ କରୁଥିବା ବ୍ୟାରେଜ୍‌ ନିର୍ମାଣ କାର୍ଯ୍ୟକୁ ସ୍ଥଗିତ ରଖିବା ସହ ନଭେମ୍ବରରୁ ମେ’ମାସ ଅଣମୌସୁମୀ ସମୟରେ ଜଳର ନିର୍ଦ୍ଦିଷ୍ଟ ପ୍ରବାହକୁ ବଜାୟ ରଖିବାକୁ ଓଡ଼ିଶା ସରକାରଙ୍କ ପକ୍ଷରୁ ଟ୍ରିବ୍ୟୁନାଲ ନିକଟରେ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri