୧୫ରୁ କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ମହାନଦୀ ଜଳ ବିବାଦ ମାମଲାର ଫଇସଲା ପାଇଁ ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହେ ଧରି କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ। ଏନେଇ ସୋମବାର ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବୁନାଲ ଅଧ୍ୟକ୍ଷ ଜଷ୍ଟିସ୍‌ ଏ.ଏମ. ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଶୁଣାଣି କରିଛନ୍ତି। ଟ୍ରିବ୍ୟୁନାଲ ସଦସ୍ୟଙ୍କ ପରିଦର୍ଶନ ବେଳେ ଟେକ୍ନିକାଲ ଟିମ୍‌ ଏବଂ ଆସେସର ସ୍ଥାନ ନିରୂପଣ କରିବେ। କ୍ଷେତ୍ର ପରିଦର୍ଶନ ପରେ ବିଚାର ପ୍ରକ୍ରିୟା ଓ ସାକ୍ଷ୍ୟ ଗ୍ରହଣ ଆରମ୍ଭ ହେବ। ମାର୍ଚ୍ଚ ୨୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବାକୁ ସ୍ଥିର ହୋଇଛି। ସେପଟେ ଟ୍ରିବ୍ୟୁନାଲରର କାର୍ଯ୍ୟକାଳ ମାର୍ଚ୍ଚରେ ସରୁଥିବାରୁ ରାଜ୍ୟଗୁଡିକ ଅବଧି ବଢାଇବା ସମ୍ବନ୍ଧରେ ସରକାରଙ୍କୁ ଟ୍ରିବ୍ୟୁନାଲ ପକ୍ଷରୁ କୁହାଯାଇଛି। ଏନେଇ ଛତିଶଗଡ଼ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ କହିଛନ୍ତି, ଓଡ଼ିଶା ଓ ଛତିଶଗଡ଼ ଭିତରେ ଥିବା ଏହି ସମସ୍ୟା ସମାଧାନ କରିବାକୁ ୨ ପକ୍ଷଙ୍କ ଯୁକ୍ତିକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନକୁ ଯାଞ୍ଚ କରାଯିବ। ମହାନଦୀର ଉତ୍ପତି ସ୍ଥଳରୁ ଶେଷ ସ୍ଥଳ ପର୍ଯ୍ୟନ୍ତ ସବୁ ସ୍ଥାନକୁ ଯାଞ୍ଚରେ ନିଆଯିବ। ଛତିଶଗଡ଼ ଓ ଓଡ଼ିଶା ଭିତରେ ନଦୀର ଗତିପଥ ଯାଞ୍ଚ କରିବାରୁ ୪ଦିନ ଲେଖାଏ ସମୟ ଲାଗିପାରେ। ଆବଶ୍ୟକ ପଡ଼ିଲେ ଏରିଏଲ୍‌ ସର୍ଭେ ମଧ୍ୟ ହୋଇପାରେ। ଏହା ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ନିଷ୍ପତ୍ତି ଉପରେ ର୍ନିଭର କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri