ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ ୧୨ ତାରିଖରେ ଏହି ଟ୍ରିବ୍ୟୁନାଲ ଗଠନ କରିଥିଲେ। ୩ ବର୍ଷ ଧାର୍ଯ୍ୟ ସମୟ ମଧ୍ୟରେ ରିପୋର୍ଟ ଦାଖଲ କରିବାରେ ଟ୍ରିବ୍ୟୁନାଲ ବିଫଳ ହୋଇଛି। ଫଳରେ ଟ୍ରିବ୍ୟୁନାଲର ଅବଧିକୁ ଆଉ ୨ବର୍ଷକୁ ବୃଦ୍ଧି କରିବା ନେଇ କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଅବଧିକୁ ୨୦୨୩ ମାର୍ଚ୍ଚ ୧୧ତାରିଖ ପର୍ଯ୍ୟନ୍ତ କିମ୍ବା ପୁଣି ଆନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ-୧୯୫୬ର ଧାରା-୫ର ଉପଧାରା-୨ ଅନୁସାରେ ପୁନଃ ରିପୋର୍ଟ ଦାଖଲ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ଦୁଇଟି ମଧ୍ୟରୁ ଯେଉଁଟା ଟ୍ରିବ୍ୟୁନାଲର ଅବଧି ସମାପ୍ତ ହେବ। ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ଯେ ଧାର୍ଯ୍ୟ ୩ ବର୍ଷ ମଧ୍ୟରେ ଟ୍ରିବ୍ୟୁନାଲ ତାଙ୍କ ନିଷ୍ପତ୍ତି ଶୁଣାଇବା ଓ ରିପୋର୍ଟ ଦାଖଲ କରି ନ ଥିବାରୁ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ଏହାକୁ ବିଚାରକୁ ନେଇ ଟ୍ରିବ୍ୟୁନାଲର ଅବଧିକୁ ବୃଦ୍ଧି କରାଯାଇଛି।
ମହାନଦୀର ସୁରକ୍ଷା ପାଇଁ ରାଜ୍ୟ ସରକାର ୨୦୧୬ ରୁ ଲଢ଼େଇ କରୁଥିଲେ ମଧ୍ୟ ଗତ ୩ ବର୍ଷ ମଧ୍ୟରେ ରାଜ୍ୟର ସ୍ବାର୍ଥରକ୍ଷା ପାଇଁ ଟ୍ରିବ୍ୟୁନାଲରୁ ଅନ୍ତରୀଣ ରିହାତି ଆଣିବାରେ ସକ୍ଷମ ହୋଇପାରି ନାହାନ୍ତି। ଅନ୍ୟପକ୍ଷରେ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଟ୍ରିବ୍ୟୁନାଲର ଅବଧି ଏକକାଳୀନ ୨ବର୍ଷ ବୃଦ୍ଧି ହେବା ଓ ସଂଘୀୟ ବ୍ୟବସ୍ଥାରେ ଓଡ଼ିଶା ପ୍ରତି କରାଯାଉଥିବା ଅଣଦେଖାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ମହାନଦୀ ଉପରେ ଛତିଶଗଡ଼ ୧୨ଟି ବୃହତ୍‌ ବ୍ୟାରେଜ ନିର୍ମାଣ କରି ଜଳ ପ୍ରବାହକୁ ରୋକିବା ନେଇ ଓଡ଼ିଶା ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ବିବାଦ ତୁଟାଇବା ପାଇଁ କେନ୍ଦ୍ର ସରକାରଙ୍କ ମଧ୍ୟସ୍ଥତାରେ ଦୁଇ ରାଜ୍ୟ ମଧ୍ୟରେ ଆଲୋଚନା ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ବ୍ୟାରେଜ ନିର୍ମାଣ ଉପରେ ଅନ୍ତରୀଣ ରୋକ୍‌ ଲଗାଯାଇ ପାରି ନ ଥିଲା। ଅନ୍ୟ ଉପାୟ ନ ପାଇ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦ୍ର ସରକାର ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ କରିଛନ୍ତି। ହେଲେ ଟ୍ରିବ୍ୟୁନାଲ ୩ ବର୍ଷ ମଧ୍ୟରେ କୌଣସି ନିଷ୍କର୍ଷରେ ପହଞ୍ଚିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri