ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ରହିଥିବା ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଏହି ଦିବସକୁ ବଡ଼ ଧୂମ୍‌ଧାମରେ ପାଳନ କରିଛନ୍ତି। ବିଦ୍ୟାଳୟର ଅଧ୍ୟକ୍ଷ ଯାକବ ପାଣିଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ବରିଷ୍ଠ କବି, ସାହିତି୍ୟକ ବିଦେଶୀ ନାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ସେହିପରି ସ୍ବତନ୍ତ୍ର ଅତିଥି ଭାବେ ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା, ତିଲୋରୀ ଆଶାକିରଣ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧରଣୀଧର ଦାସ, ସିମନବାଡ଼ି ସିଆରସିସି ଶିବଶଙ୍କର ସାହୁ, ରାଜସ୍ବ ନିରୀକ୍ଷକ ଚାନ୍ଦିନୀ ଦିଗାଲ, ବନପାଳ ବନିତା ପ୍ରଧାନ ପ୍ରମୁଖ ମଞ୍ଚାସୀନ ରହି ଦେଶ ସ୍ବାଧୀନ ପାଇବା ପୂର୍ବରୁ କିଭଳି କଷ୍ଟ ରହିଥିଲା ଓ ବ୍ରିଟିଶ ଶାସନ ଯୋଗୁ ଅତ୍ୟାଚାର ଓ ଶୋଷଣର ଶିକାର ହୋଇଥିଲେ। ପରେ ଦେଶପ୍ରେମୀଙ୍କ ଦୀର୍ଘ ଦିନର ଲଢ଼େଇ ପରେ ଆମେ ସ୍ବାଧୀନ ପାଇଥିବା ଓ ଏହି ଦିବସକୁ ଗତ ୮୦ ବର୍ଷ ହେଲା ପାଳନ କରାଯାଉଥିବା କୁହାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri