ନାଚଗୀତରେ ଜମୁଛି ତ୍ରିରଙ୍ଗା ଯାତ୍ରା, କୋଟିକୋଟି ଟଙ୍କା ଖର୍ଚ୍ଚ କରି ସରକାର…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଦେଶସାରା ଚାଲିଛି ତ୍ରିରଙ୍ଗା ଯାତ୍ରା । ଶିଶୁଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ସାମିଲ ହେଉଛନ୍ତି। ତ୍ରିରଙ୍ଗା ଯାତ୍ରା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଛାତ୍ରୀଛାତ୍ର ବୁଧବାର ତ୍ରିରଙ୍ଗା ଯାତ୍ରାରେ ସାମିଲ ହୋଇଥିଲେ। ଛାତ୍ରୀଛାତ୍ର କଲେଜରୁ ଏକ ବିରାଟ ରାଲିରେ ବାହାରି ସହର ପରିକ୍ରମା କରିଥିଲେ। ଏହି ସମୟରେ ଛାତ୍ରୀଛାତ୍ର ଦେଶାତ୍ମକବୋଧକ ନୃତ୍ୟ କରିଥିଲେ। ୧୦୦ ମିଟର ଲମ୍ବ ବିଶିଷ୍ଟ ଜାତୀୟ ପତାକା ଧରି ସହର ପରିକ୍ରମା କରିଥିଲେ। ଶୋଭାଯାତ୍ରାରେ ଏନ୍‌ସିସି ଆର୍ମି ୱିଙ୍ଗ, ନାଭାଲ ଓ୍ବିଙ୍ଗ, ଜାତୀୟ ସେବା ଯୋଜନା ଶାଖା ୧ ଓ ୨, ଯୁବ ରେଡ୍‌କ୍ରସ ସ୍ବେଚ୍ଛାସେବୀ ସମେତ ସମସ୍ତ ବିଭାଗର ଛାତ୍ରୀଛାତ୍ର ଭାଗ ନେଇଥିଲେ।
ଅତିରିକ୍ତ ଉପଜିଲାପାଳ ସୁମନ ଘୋଷ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଲିର ଶୁଭାରମ୍ଭ କରିଥିଲେ। ଏହି ସମୟରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ ରଥ, ହର ପ୍ରସାଦ ଶତପଥୀ, ରବିନ୍ଦ୍ର ମିଶ୍ର,ଅଧ୍ୟାପକ ସନାତନ ବେହେରା, ଦୁର୍ଗା ପ୍ରସାଦ ସାହୁ, ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ, ନାଭାଲ ୱିଙ୍ଗ ସିଟି ଓ ବିଭୂତି ଗୌଡ଼, ଏନ୍‌ସିସି ଆର୍ମି ସିଟି ଓ
ଅର୍ପଣ ପ୍ରଧାନ, ଏନ୍‌ଏସ୍‌ଏସ୍‌ ଶାଖା ଏକ ଯୋଜନା ଅଧିକାରୀ ବି ପ୍ରଧାନ, ବୁଧିନାଥ ବେହେରା, ଆର୍‌ ହରିଶ, ଅଧ୍ୟାପିକା ତୃପ୍ତିମୟୀ ଦାସ, ସୁନିତା ରାଣୀ ଖଣ୍ଡୁଆଳ, ଏନ୍‌ଏସଏସ୍‌ ଯୋଜନା ଅଧିକାରିଣୀ
ସସ୍ମିତା ଦାସ,ସ୍ମରଣିକା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଓ ଦେଶାତ୍ମକବୋଧକ କାର୍ଯ୍ୟକ୍ରମ କରିବା ପାଇଁ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ରାଜ୍ୟର ୭୪୬ଟି ସରକାରୀ ଏବଂ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟକୁ ଉକ୍ତ କାର୍ଯ୍ୟକ୍ରମ କରିବା ପାଇଁ ୧ କୋଟି ୨୦ ଲକ୍ଷ ୧୫ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି। ଛାତ୍ରୀଛାତ୍ରଙ୍କ ସଂଖ୍ୟାକୁ ଦେଖି କଲେଜ ପିଛା ସର୍ବାଧିକ ୩୦ ହଜାର ଟଙ୍କା, ୧୫ ହଜାର ଟଙ୍କା ଏବଂ ସର୍ବନିମ୍ନ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟକୁ ୩୦ ହଜାର ଟଙ୍କା ଆସିଥିବା ବେଳେ ସାବିତ୍ରୀ ମହିଳା ମହାବିଦ୍ୟାଳୟକୁ ମଧ୍ୟ ୩୦ ହଜାର ଟଙ୍କା ଆସିଛି। ଏଥିସହ ସଂସ୍କୃତି ବିଭାଗ ପକ୍ଷରୁ କଲେଜଗୁଡ଼ିକୁ ୨୦୦ ତ୍ରିରଙ୍ଗା ପତାକା ପ୍ରଦାନ କରାଯିବ। ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକୁ ୫୦୦ ଏବଂ ବିଶ୍ବବିଦ୍ୟାଳୟକୁ ୧୦୦୦ ଲେଖାଏ ଜାତୀୟ ପତାକା ପ୍ରଦାନ କରାଯିବ। ସରକାର ପ୍ରଦାନ କରିଥିବା ଅର୍ଥର ବିନିଯୋଗ ପ୍ରମାଣପତ୍ର ଆସନ୍ତା ୩୦ ତାରିଖ ସୁଦ୍ଧା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri