ମଧ୍ୟରାତ୍ରି ପର୍ଯ୍ୟନ୍ତ ଉଡିଲା ତ୍ରିରଙ୍ଗା

ସାରସକଣା,୧୬।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ବାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରାଯାଇଥିଲା। ମାତ୍ର ମଧ୍ୟ ରାତ୍ରି ପର୍ଯ୍ୟନ୍ତ ତିରଙ୍ଗା ଅବତରଣ କରା ନ ଯିବା ନେଇ ସ୍ଥାନୀୟ ଜନସାଧାରଣ ଅଧିକାରୀମାନଙ୍କ ଦାହିତ୍ୱହୀନତା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ । ଏହି ଘଟଣାକୁ ନେଇ ବ୍ଲକ ଶିକ୍ଷାଧିକାରିଣୀ ରାସମଣି ନାଏକଙ୍କୁ ସୋମବାର ରାତି ୯ଟାରେ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ସୁଦ୍ଧା ସେ ଫୋନ ଉଠାଇ ନ ଥିଲେ। ପରେ ସାରସକଣା ଭାରପ୍ରାପ୍ତ ତହସିଲଦାର ସାଇକୃଷ୍ଣ ଜେନାଙ୍କୁ ଯୋଗାଯୋଗ କରିବା ପରେ ପତାକା ଅବତରୋଣ କରାଯାଇଥିଲା ।
ମାତ୍ର ଏ ନେଇ ବ୍ଲକ ଶିକ୍ଷାଧିକାରିଣୀ ନାଏକଙ୍କୁ ମଙ୍ଗଳବାର ପଚାରିବାରୁ ସେ କହିଥିଲେ ଯେ, ସବୁ ସ୍ଥାନରେ ତ ପତାକା ଉଡ଼ୁଛି, ଆଉ ଅଭିଯୋଗ ପରେ ତ ପତାକା ଖୋଲ ଦିଆଯାଇଛି । ଜିଲା ଶିକ୍ଷାଧିକାରୀ ଓ ଉପ ଶିକ୍ଷାଧିକାରୀ ପ୍ରଶାନ୍ତ ନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଯେଉଁ ପତାକା ୧୧ତାରିଖରୁ ଅଫିସ କିମ୍ବା ଗୃହରେ ଲଗାଯାଇଛି ତାହା ୧୭ତାରିଖ ଖୋଲାଯିବ। ମାତ୍ର ଯେଉଁ ପତାକା ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଅବସରରେ ଉତ୍ତୋଳନ କରାଯାଇଛି ତାହା ସୂର୍ଯ୍ୟାସ୍ତ ପୂର୍ବରୁ ଖୋଲିବାର ନିୟମ ରହିଛି । ତେବେ ଜଣେ ଶିକ୍ଷାଧିକାରିଣୀ ହୋଇ ଜାତୀୟ ପତାକାର ଅପମାନ ସ୍ବରୂପ, କିଭଳି ଅବତରଣ କରିବାକୁ ଭୁଲିଗଲେ ତାହାକୁ ନେଇ ଅଞ୍ଚଳର ଚର୍ଚ୍ଚାହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?