Posted inଖେଳ

ଆକ୍ରମଣାତ୍ମକ ଢଙ୍ଗରେ ଜିତି ହୁଏ ନାହିଁ ଟ୍ରଫି, କାହିଁକି ଏମିତି କହିଲେ ସିଏସ୍‌କେର ପୂର୍ବତନ ବ୍ୟାଟ୍ସମ୍ୟାନ୍‌

ଅହମ୍ମଦାବାଦ୍‌,୨୩।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ର ପ୍ରଥମ ଆଇପିଏଲ ଟ୍ରଫି ଜିତିବାର ସ୍ବପ୍ନ ପୁଣି ଅଧୁରା ରହିଯାଇଛି। ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚରେ ବେଙ୍ଗାଲୁରୁ ରାଜସ୍ଥାନ ରୟାଲ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ପରାଜୟ ପରେ ଦଳ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛି। ଏହି ସମୟରେ ଚେନ୍ନାଇର ସୁପର କିଙ୍ଗ୍ସର ପୂର୍ବତନ ବ୍ୟାଟ୍ସମ୍ୟାନ ଅମ୍ବତି ରାୟୁଡୁଙ୍କ ବିବୃତ୍ତି ଭାଇରାଲ ହୋଇଛି।
ରାଇଡୁ ତାଙ୍କ ବିବୃତ୍ତିରେ କୌଣସି ଖେଳାଳିଙ୍କ ନାମ ନେଇନାହାଁନ୍ତି କିନ୍ତୁ ଆରସିବିକୁ ଟାର୍ଗେଟ କରି ସେ କହିଛନ୍ତି, କେବଳ ଆକ୍ରୋଶ ଏବଂ ସେଲିବ୍ରେଶନ ଦ୍ୱାରା ଟ୍ରଫି ଜିତିହୁଏ ନାହିଁ। ଆରସିବି ସେମାନଙ୍କର ଶେଷ ଲିଗ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଥିଲା। ଚେନ୍ନାଇକୁ ପରାସ୍ତ କରିବା ପରେ ବିରାଟ କୋହଲି ଏବଂ ବେଙ୍ଗାଲୁରୁର ଅନ୍ୟ ଖେଳାଳିମାନେ ଜୋରଦାର ସେଲିବ୍ରେଶନ ପାଳନ କରିଥିଲେ। ଏହି ସେଲିବ୍ରେଶନରେ କିଙ୍ଗ୍‌ କୋହଲି ବହୁତ ଆକ୍ରମଣାତ୍ମକ ଦେଖାଯାଉଥିଲେ।
ବେଙ୍ଗାଲୁରୁର ପରାଜୟ ମଧ୍ୟରେ ରାଇଡୁ କହିଛନ୍ତି, ଆଇପିଏଲ ଟ୍ରଫି ସେଲିବ୍ରେଶନ ଏବଂ ଆକ୍ରୋଶ ଦ୍ୱାରା ଜିତି ହୋଇ ନ ଥାଏ। ଆଇପିଏଲ ଟ୍ରଫି ଜିତିବାକୁ ହେଲେ ଆପଣଙ୍କୁ ପ୍ଲେ ଅଫରେ ଭଲ ଖେଳିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri