୪୦ଫୁଟ୍‌ ତଳକୁ ଖସିଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ୫ ଶ୍ରମିକ

ଉମରକୋଟ, ୨୫।୫(ସ୍ବ.ପ୍ର.) ଉମରକୋଟ ବ୍ଲକ ଭାସ୍କେଲ ଡ୍ୟାମ୍‌ ନିକଟରେ ଏକ ନଳକୂପ ଟ୍ରକ୍‌ ଓଲଟିବା ଫଳରେ ଟ୍ରକ୍‌ ଡ୍ରାଇଭର ଖାଣ୍ଡା ଗ୍ରାମର ଦୀନାକର ନେତାମ ଗୁରୁତର ଅଛନ୍ତି। ଟ୍ରକ୍‌ରେ କାମ କରୁଥିବା ପ୍ରାୟ ୫ ଜଣ ଶ୍ରମିକ ଟ୍ରକ୍‌ରୁ ଡେଇଁ ନିଜ ଜୀବନ ବଞ୍ଚାଇବାରେ ସଫଳ ହେଇଛନ୍ତି।
ସୂଚନାନୁଯାୟୀ, ବୁଧବାର ମଧ୍ୟରାତ୍ରିରେ ଡ୍ୟାମ୍‌ ଅଞ୍ଚଳରେ ଯାନବାହନ ପ୍ରବେଶ ନିଷେଦ୍ଧ ଥିଲେ ମଧ୍ୟ ଏହି ଟ୍ରକ୍‌ଟି ଭିତରେ ପ୍ରବେଶ କରିଥିଲା। ୪୦ ଫୁଟ ଉପରକୁ ଯିବାପରେ ରାସ୍ତା ଉପରେ ଲୋକେ ମକା ଶୁଖାଇଥିବା ଦେଖି ଡ୍ରାଇଭର ଟ୍ରକ୍‌କୁ ପଛକୁ ତଳ ରାସ୍ତାକୁ ଖସାଇବାକୁ ଚେଷ୍ଟା କରିଥିଲେ। ଭାରସାମ୍ୟ ହରାଇ ଗାଡ଼ିଟି ଡ୍ୟାମ୍‌ ଗାର୍ଡୱାଲ ଭାଙ୍ଗି ପ୍ରାୟ ୪୦ ଫୁଟ ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣା ଯୋଗୁ ଡ୍ୟାମ୍‌ର ପ୍ରାୟ ୧୪ ଫୁଟ୍‌ ଗାର୍ଡ ୱାଲ ଭାଙ୍ଗିଯାଇଥିବା ଡ୍ୟାମ ଏସ୍‌ଡିଓ ରେଣୁକା ଠାକୁର ସୂଚନା ଦେଇଛନ୍ତି। ଦୁର୍ଘଟଣା ପରେ ଡ୍ରାଇଭରଙ୍କୁ ନିକଟସ୍ଥ ପୂଜାରୀଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏ ନେଇ ଏସ୍‌ଡିଓ ରେଣୁକା ଠାକୁରଙ୍କୁ ପଚାରିବାରୁ ଉମରକୋଟ ଥାନାରେ ଏତଲା ଦିଆଯାଇଛି। ବିଭାଗ ପକ୍ଷରୁ ସ୍ଥାୟୀ ଜଗୁଆଳି ନ ଥିବାରୁ ନିଷିଦ୍ଧାଞ୍ଚଳରେ ବଡ଼ ବଡ଼ ଯାନବାହନ ପ୍ରବେଶ କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri