୫୦ ଫୁଟ ତଳକୁ ଖସିଲା ଟ୍ରକ୍‌, ୨ ଜଣଙ୍କ ଜୀବନ ଗଲା

ସୁନ୍ଦରଗଡ଼,୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କାଲଟା ଫାଣ୍ଡି ନିକଟରେ ବୁଧବାର ଏକ ଟ୍ରକ୍‌ ଭାରସାମ୍ୟ ହରାଇ ତୋଡ଼ା ବ୍ରିଜରୁ ୫୦ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ  ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କ ଜୀବନ ଯାଇଛି। ଉଭୟଙ୍କର ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ।

ଆଜି ସକାଳେ ଟ୍ରକ୍‌ଟି କୋଇଡ଼ାରୁ ଖଣିଜ ପଦାର୍ଥ ନେଇ ରାଉରକେଲା ଅଭିମୁଖେ ଯାଉଥିଲା। ଏହି ସମୟରେ ତୋଡ଼ା ବ୍ରିଜ ନିକଟରେ ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସିପଡ଼ିଥିଲା। ଫଳରେ ଡ୍ରାଇଭର ଓ ହେଲଭର ଟ୍ରକ ତଳେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇବା ସହ ଟ୍ରକ୍‌ଟିକୁ ଜବତ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri