ବସ୍‌ ଚକା ପଙ୍କଚର ହେବାରୁ ଓହ୍ଲାଇପଡ଼ିଲେ ଯାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୩ ଜୀବନ

ଅନୁଗୋଳ,୧୭ା୧୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୩ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ପ୍ରାଚୀ ନାମକ ଏକ ଘରୋଇ ବସ୍‌ ଝାରସୁଗୁଡ଼ାରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଆସୁଥିଲା। ରେଢ଼ାଖୋଲ ଓ କିଶୋରନଗର ମଝିରେ ଥିବା ବରଗାପାଲିରେ ନିକଟରେ ବସ୍‌ର ଚକା ପଙ୍କଚର ହୋଇଯାଇଥିଲା। ଏହାପରେ ଯାତ୍ରୀମାନେ ବସ୍‌ରୁ ଓହ୍ଲାଇ ପଡ଼ିଥିଲେ। ଗାଡ଼ି ମରାମତି କାମ ଚାଲିଥିବା ସମୟରେ କିଛି ଯାତ୍ରୀ ଶୌଚ ହେବା ପାଇଁ ରାସ୍ତାପାର ହୋଇ ଯାଉଥିବା ବେଳେ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି କେତେକ ଯାତ୍ରୀଙ୍କୁ ଧକ୍କା ଦେଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କୁ କିଶୋରନଗର ଓ ଅନ୍ୟ ୩ ଜଣଙ୍କୁ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିବା ବେଳେ ରେଢାଖୋଲରେ ଦୁଇ ଜଣ ଓ କିଶୋରନଗରରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଏବେ ମଧ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୩ ମୃତକ ହେଲେ ଘନଶ୍ୟାମ ବାରିକ (ବ୍ରଜରାଜନଗର), ଆନନ୍ଦ ପ୍ରଧାନ (ସୁନ୍ଦରଗଡ଼) ଏବଂ ନୟନ କୁମାର ନାଏକ (ଲାଇକେରା, ଝାରସୁଗୁଡ଼ା। ଖବର ପାଇ କିଶୋରନଗର ପୋଲିସ ଘଟଣାର ତଦନ୍ତ କରୁଛି। ଏପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

WhatsApp ଡାଉନ୍‌: ଅଧିକ ପ୍ରଭାବିତ ୱେବ ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଭାରତରେ ହ୍ବାଟ୍ସଆପ୍‌ ୱେବ ୟୁଜର୍ସମାନେ ଲଗ ଇନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ସକାଳେ ଅନେକ ୟୁଜର୍ସ ହ୍ବାଟ୍ସଆପ ୱେବ ବ୍ୟବହାର କରିବାରେ ସମସ୍ୟାର…

ମାଓବାଦୀଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌…

ଭୁବନେଶ୍ୱର,୨୭ା୨: ମାଓବାଦୀଙ୍କୁ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ କଡ଼ା ଚେତାବନୀ ଦେଇଛନ୍ତି। ଡିଜିପି କହିଛନ୍ତି, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌ ପରିଣାମ ଭୋଗିବ। ଏସ୍‌ଓଜି…

CBIର ମଦ ଦୁର୍ନୀତି ମାମଲା: ଅରବିନ୍ଦ କେଜରିୱାଲ ଓ ମନୀଷ ସିସୋଦିଆ ଦୋଷମୁକ୍ତ, ଆଲିଙ୍ଗନ କରି କାନ୍ଦିଲେ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି…

ଆଫଗାନିସ୍ତାନର ଆକ୍ରମଣରେ ବିଚଳିତ ହେଲାଣି ପାକିସ୍ତାନ! ଭାରତ ଉପରେ ଆଣୁଛି ବଡ଼ ଅଭିଯୋଗ

ଇସଲାମାବାଦ,୨୭।୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ଏବେ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ପରିଣତ ହୋଇଛି। ପାକିସ୍ତାନର ବିମାନ ଆକ୍ରମଣର ପ୍ରତିଶୋଧ ନେଇ ଆଫଗାନିସ୍ତାନ ଏହି ଆକ୍ରମଣ କରିଛି।…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

‘ମୁଁ ଦାଢିଥିବା ଲୋକଙ୍କୁ ଭୟକରେ’, କାହିଁକି ଏମିତି କହିଲେ ପୂର୍ବତନ ଉପ ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୭।୨: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖର ବୁଧବାର (୨୫ ଫେବୃଆରୀ) ତାଙ୍କ ଗୃହରାଜ୍ୟ ରାଜସ୍ଥାନର ଚୁରୁ ଜିଲାରେ ପହଞ୍ଚିଥିଲେ। ସେ ପୂର୍ବତନ ଏମପି ରାମ ସିଂହ କାସୱା…

କାମ ନ କରି ମଜୁରୀ ହଡ଼ପ କରୁଛନ୍ତି ଶ୍ରମିକ: ଆସିଲା ସାଂଘାତିକ ଅଭିଯୋଗ

ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ଗାଁରେ ଶ୍ରମିକ ବର୍ଗର ଲୋକଙ୍କୁ କାମ ଯୋଗାଇବା ସହିତ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନା କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri