ଟ୍ରକ ପଛକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୨ ଜଣଙ୍କ ଜୀବନ

ଗୋପାଳପୁର,୨୬ା୯- ଗଞ୍ଜାମ ଜିଲା ୧୬ନଂ. ଜାତୀୟ ରାଜପଥରେ ଶନିବାର ଗୋଳନ୍ଥରା ଥାନା ଅଟୋନଗର ନିକଟରେ ଟ୍ରକ୍‌ ପଛକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହେଲପର ଓ ଭଦ୍ରକ ଜିଲା ସଂଗ୍ରାମପୁର ଗ୍ରାମର ଶରତ ଦାସ। ଟ୍ରକ୍‌ ଚାଳକ ଗୁରୁତର ହୋଇଛନ୍ତି। ଏ ନେଇ ପୋଲିସ ନଂ. ୨୬୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଏକ ଟ୍ରକ୍‌ ଆସାମରୁ ଚା’ଗୁଣ୍ଡ ଧରି ତାମିଲନାଡୁର କୋଏମ୍ବାଟୁର ଯାଉଥିଲା। ଭୋରରେ ଚା’ଗୁଣ୍ଡ ବୋଝେଇ ଟ୍ରକ୍‌ଟି ଅନ୍ୟ ଏକ ଟ୍ରକ୍‌କୁ ଓଭରଟେକ୍‌ କରୁଥିବା ବେଳେ ଅଟୋନଗରସ୍ଥିତ ଓଭରବ୍ରିଜରେ ନିର୍ମାଣ କାର୍ଯ୍ୟ ଚାଲୁଥିବା ସ୍ଥାନରେ ଆଗରେ ଯାଉଥିବା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ହେଲ୍‌ପର ଓ ଏବଂ ଶରତ ରାସ୍ତା କଡ଼କୁ ଛିଟିକି ପଡ଼ି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଗାଡ଼ି ଚାଳକ ଟ୍ରକ୍‌ ଭିତରେ ଚାପି ହୋଇ ରହିଯାଇଥିଲେ। ଖବରପାଇ ଅଗ୍ନିଶମ ବିଭାଗ ଓ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ। ଅଗ୍ନିଶମ କର୍ମଚାରୀମାନେ ଚାଳକଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସୂଚନାଥାଉକି, ଶରତ ବାଲେଶ୍ୱରରୁ ଟ୍ରକ୍‌କୁ ଲିଫ୍ଟ ମାଗି ଚେନ୍ନାଇ ଯାଉଥିଲେ। ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri