ଟ୍ରକ ପଛକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୨ ଜଣଙ୍କ ଜୀବନ

ଗୋପାଳପୁର,୨୬ା୯- ଗଞ୍ଜାମ ଜିଲା ୧୬ନଂ. ଜାତୀୟ ରାଜପଥରେ ଶନିବାର ଗୋଳନ୍ଥରା ଥାନା ଅଟୋନଗର ନିକଟରେ ଟ୍ରକ୍‌ ପଛକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହେଲପର ଓ ଭଦ୍ରକ ଜିଲା ସଂଗ୍ରାମପୁର ଗ୍ରାମର ଶରତ ଦାସ। ଟ୍ରକ୍‌ ଚାଳକ ଗୁରୁତର ହୋଇଛନ୍ତି। ଏ ନେଇ ପୋଲିସ ନଂ. ୨୬୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଏକ ଟ୍ରକ୍‌ ଆସାମରୁ ଚା’ଗୁଣ୍ଡ ଧରି ତାମିଲନାଡୁର କୋଏମ୍ବାଟୁର ଯାଉଥିଲା। ଭୋରରେ ଚା’ଗୁଣ୍ଡ ବୋଝେଇ ଟ୍ରକ୍‌ଟି ଅନ୍ୟ ଏକ ଟ୍ରକ୍‌କୁ ଓଭରଟେକ୍‌ କରୁଥିବା ବେଳେ ଅଟୋନଗରସ୍ଥିତ ଓଭରବ୍ରିଜରେ ନିର୍ମାଣ କାର୍ଯ୍ୟ ଚାଲୁଥିବା ସ୍ଥାନରେ ଆଗରେ ଯାଉଥିବା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ହେଲ୍‌ପର ଓ ଏବଂ ଶରତ ରାସ୍ତା କଡ଼କୁ ଛିଟିକି ପଡ଼ି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଗାଡ଼ି ଚାଳକ ଟ୍ରକ୍‌ ଭିତରେ ଚାପି ହୋଇ ରହିଯାଇଥିଲେ। ଖବରପାଇ ଅଗ୍ନିଶମ ବିଭାଗ ଓ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ। ଅଗ୍ନିଶମ କର୍ମଚାରୀମାନେ ଚାଳକଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସୂଚନାଥାଉକି, ଶରତ ବାଲେଶ୍ୱରରୁ ଟ୍ରକ୍‌କୁ ଲିଫ୍ଟ ମାଗି ଚେନ୍ନାଇ ଯାଉଥିଲେ। ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri