ପରିବା ବ୍ୟବସାୟୀଙ୍କ ଉପରେ ମାଡ଼ିଗଲା ଟ୍ରକ, ଜଣଙ୍କ ଜୀବନ ଗଲା; ୨ ଗୁରୁତର

ରସୁଲପୁର,୪ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତର ଓଡ଼ଙ୍ଗ ଠାରେ ଶୁକ୍ରବାର ଭୋର୍‌ ସମୟରେ ୧୬ନଂ ଜାତୀୟ ରାଜପଥ ଉପରେ ବସୁଥିବା ଦୈନିକ ପରିବା ହାଟରେ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ ସ୍ଥାନୀୟ ପ୍ରଥମାଖଣ୍ଡି ପଞ୍ଚାୟତର ଅଶୋକ ସେଠୀ(୩୨) ନାମକ ଜଣେ ଚାଷୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଆଉ ୩ ଜଣେ ଚାଷୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ଜଣ କୁଆଖିଆ ଥାନା ସିଂହପୂର ପଞ୍ଚାୟତ ସରବଣା ଗ୍ରାମର ବିଭୀଷଣ ଦାସ(୬୫) ଓ ଢେଙ୍କାନାଳ ଜିଲା ପିଙ୍ଗୁଆ ଅଞ୍ଚଳର କୃଷି ବ୍ୟବସାୟୀ ବୀର ସାହୁ(୩୫) ବୋଲି ଜଣାପଡ଼ିଛି। ଉଭୟଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ କଟକ ସ୍ଥାନାନ୍ତର ହୋଇଛନ୍ତି। ସେହିପରି କରଞ୍ଜିଆରୀ ଗ୍ରାମର ଅଶୋକ ସ୍ବାଇଁ(୨୩) ଆହତ ହୋଇ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।
ସୂଚନାଯୋଗ୍ୟ, କୁଆଖିଆରୁ ଜାରକା ଆଡ଼କୁ ଯାଉଥିବା ଏକ ଲୁହାପଥର ବୋଝେଇ ଟ୍ରକ ଓଆର-୦୯-ପି- ୫୭୪୬କୁ ଅନ୍ୟ ଏକ ଟ୍ରକ ଡବ୍ଲୁ ବି-୬୭ ଏ-୩୫୫୬ ଓଭର ଟେକ୍‌ କରୁଥିବା ସମୟରେ ଟ୍ରକଟି ରାସ୍ତାକଡ଼ରେ କାରବାରରେ ବ୍ୟସ୍ତ ଥିବା ଚାଷୀମାନକୁ ଧକ୍କା ଦେଇଥିଲା। ଟ୍ରକ ଚାଷୀଙ୍କୁ ଧକ୍କା ଦେବା ପୂର୍ବରୁ ଲୁହାପଥର ବୋଝେଇ ଟ୍ରକକୁ ପଛରୁ ପିଟିଥିଲା। ଉଭୟ ଟ୍ରକର ଚାଳକ ଦ୍ୱୟ ଦୁର୍ଘଟଣାସ୍ଥଳରୁ କିଛି ଦୂରରେ ଗାଡ଼ି ଛାଡି ଫେରାର ହୋଇଯାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡି ଦୁଇଟିକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣା ସ୍ଥାନରେ ଉତ୍ତେଜନା ପ୍ରକାଶ ପାଇବାରୁ ଗାଡ଼ି ଚଳାଚଳରେ ବାଧା ଉପୁଜିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣକୁ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri