ହୋମ୍‌ଗାର୍ଡଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର/ଆନନ୍ଦପୁର, ୧୭ା୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ଥାନା ଅଧୀନ ଦେଓଗାଁ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଲୁହାପଥର ବୋଝେଇ ଟ୍ରକ୍‌ ଜଣେ ହୋମଗାର୍ଡଙ୍କ ଉପରେ ମାଡିଯାଇଥିଲା। ଦୁର୍ଘଟଣା ଏଭଳି ବୀଭତ୍ସ ଥିଲା ଯେ, ହୋମଗାର୍ଡଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ରାସ୍ତାରେ ଛିଟିକି ପଡିଥିଲା। ଏହି ଘଟଣା ଜଣାପଡିବା ପରେ ଉକ୍ତ ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜକୁ ସଂଗ୍ରହ କରି ତଦନ୍ତ କରାଯାଉଥିବା ଥାନା ଅଧିକାରୀ ବିକ୍ରମ ଭୂୟାଁ କହିଛନ୍ତି। ମୃତ ହୋମଗାର୍ଡ଼ ହେଲେ ଘଷିପୁରା ବ୍ଲକ ଅଧୀନ ତରିମୂଳ ଗ୍ରାମର ସୁରେଶ ରାଉତ (୪୮)। ସେ ଘଷିପୁରା ଥାନାରେ କାର୍ଯ୍ୟ କରୁଥିଲେ। ସେ ଡ୍ୟୁଟିରେ ଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା ଥାନା ଅଧିକାରୀ ଭୂୟଁା କହିଛନ୍ତି। ସୂଚନା ଅନୁଯାୟୀ, ସବୁଦିନ ଭଳି ସେ ଦେଓଗାଁ ବଜାର ବ୍ରିଜ ନିକଟରେ ଡ୍ୟୁଟି କରୁଥିଲେ। ବିଳମ୍ବିତ ରାତିରେ ତାଙ୍କୁ ଏକ ଲୁହାପଥର ବୋଝେଇ ଟ୍ରକ ଚାପି ଦେଇ ପଳାଇଥିଲା। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ଆନନ୍ଦପୁର ଉପଖଣ୍ଡ ମେଡିକାଲକୁ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଥାନା ପକ୍ଷରୁ ମାମଲା (ନଂ.୪୬/୨୩) ରୁଜୁ ହୋଇଛି। ଟ୍ରକ୍‌କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି। ଅନ୍ୟପକ୍ଷେ ସମ୍ପୃକ୍ତ ଅଞ୍ଚଳ ଦେଇ ଲୁହାପଥର ବୋଝେଇ ଯାନ ଯିବାର କୌଣସି ବ୍ୟବସ୍ଥା ନାହିଁ। କେଉଁ ପରିସ୍ଥିତିରେ ଏହି ଯାନ ସେଇ ପଥରେ ଆସିଥିଲା ତାହା ତଦନ୍ତସାପେକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri