ପରିବା କିଣିବାକୁ ଆସିଥିବା ବ୍ୟକ୍ତିଙ୍କୁ ଚାପିଦେଲା ଟ୍ରକ୍‌

ଚୌଦ୍ୱାର,୧ା୧୦: ୫୫ ନଂ. ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯାଇ ଥିବାବେଳେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପୁରୁଣା ରାସ୍ତାରେ ପିଚୁ ଉଠିଯାଇ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଯାଇଛି। ଫଳରେ ବର୍ଷା ପାଣି ଏହି ଖାଲରେ ଜମି ରହି ଦୈନିକ ଛୋଟବଡ଼ ଦୁର୍ଘଟଣାମାନ ଘଟୁଛି। ଗୁରୁବାର ଏହି ରାସ୍ତାର ଓଟିଏମ୍‌ ପରିବା ମାର୍କେଟକୁ ଜନୈକ ବ୍ୟକ୍ତି ପରିବା କିଣିବାକୁ ଆସିଥିବା ବେଳେ ଏକ ଟ୍ରକ୍‌ ଧକ୍କାରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଓଟିଏମ୍‌ କଲୋନୀରେ ରହୁଥିବା ବଲ୍ଲଭ ସାହୁ(୫୦)। ସେ ନିଜ ଆକ୍ଟିଭା ଗାଡ଼ିରେ ପରିବା ମାର୍କେଟ ଆସୁଥିବାବେଳେ ପଛରୁ ଆସୁଥିବା ଟ୍ରକ୍‌ ତାଙ୍କୁ ଧକ୍କା ଦେଇ ତାଙ୍କ ଉପରେ ଚଢ଼ି ଚାଲିଯାଇଥିଲା। ଫଳରେ ଘଟଣାସ୍ଥଳରେ ହଁି ବଲ୍ଲଭଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ଖବରପାଇ ଚୌଦ୍ୱାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ କଟକ ବଡ଼ ଡାକ୍ତରଖାନା ପଠାଇ ଘଟଣାର ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବାରୁ ଗତ କିଛି ମାସ ଭିତରେ ୫ ଜଣଙ୍କ ଏହି ସଡ଼କ ଦୁର୍ଘଟଣାରେ ପ୍ରାଣହାନି ଘଟିସାରିଲାଣି। ଯାହାକୁ ନେଇ ଚୌଦ୍ୱାର ସହରବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri