ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେହିପରି ଦୁର୍ଘଟଣାରେ ଅନ୍ୟଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି।
ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ, କୋରାପୁଟ ସହରର ପୂଜାରୀପୁଟ ଅଞ୍ଚଳର ପାର୍ଥସାରଥୀ ଦାସ ଓଡି ୧୦ ଏ ୬୨୧୬ ଏକ ସ୍କୁଟିରେ ପୁଟସିଲ ଯାଉଥିବା ବେଳେ ଡୁମୁରିପୁଟ ନିକଟରେ ସାମନା ପଟୁ ଆସୁଥିବା ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା। ଫଳରେ ପାର୍ଥସାରଥୀଙ୍କ ମୁଣ୍ଡରେ ଭୀଷଣ ଆଘାତ ବାଜି ତଳେ ପଡ଼ିଯାଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବାବେଳେ ପଛରେ ବସିଥିବା ପ୍ରଭୁଦତ୍ତ ଦାସ ଆହତ ହୋଇଥିଲେ। ଏହି ଖବର ପାଇ ସୁନାବେଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଚିକିତ୍ସାଳୟକୁ ପଠାଇଥିବାବେଳେ ଆହତ ପ୍ରଭୁଦତ୍ତଙ୍କୁ ଚିକିତ୍ସା ପାଇଁ ପଠାଇ ତଦନ୍ତ ଚାଲୁ ରଖିଛନ୍ତି। ଏନେଇ ସୁନାବେଡ଼ା ଥାନାରେ ୧୮୩/୨୦୨୪ରେ ଏକ ମାମଲା ରୁଜୁ କରାଯାଇଛି। ଟ୍ରକ୍‌କୁ ଜବତ କରାଯାଇ ଡ୍ରାଇଭରଙ୍କୁ ଅଟକ ରଖି ଜେରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri