ତାରିଣୀ ଦର୍ଶନ ପାଇଁ ଆସୁଥିବା ପର୍ଯ୍ୟଟକଙ୍କ କାର୍‌କୁ ମୁହାଁମୁହିଁ ଧକ୍କାଦେଲା ଟ୍ରକ୍‌, ୬ ଗୁରୁତର

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଧାନବେଣୀ ସ୍କୁଲ ନିକଟରେ ଶନିବାର ଅପରାହ୍ନରେ ଏକ କାର୍‌କୁ ଲୁବ୍ରିକାଣ୍ଟ୍‌ ବୋଝେଇ ଏକ ଟ୍ରକ୍‌  ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୨ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ କାର୍‌ଟି ସମ୍ପୂର୍ଣ୍ଣ ଚୂର୍‌ମାର୍‌ ହୋଇଯାଇଛି। ସମସ୍ତ ଗୁରୁତରଙ୍କୁ ପ୍ରଥମେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରେ ୩ ଜଣ ଶିଶୁ ଥିବା ଜଣାପଡିଛି। ଗୁରୁତରମାନେ ହେଉଛନ୍ତି ଖୋର୍ଦ୍ଧା ଅଞ୍ଚଳର ଆଦ୍ୟା ରଶ୍ମି ରାଉତ(୪୫) ଭଦ୍ରକ କୁପାରୀର ଅତୂଲ୍ୟ ମହାପାତ୍ର,(୪୫) ତାଙ୍କ ସ୍ତ୍ରୀ ନମିତା (୩୫) ଅନନ୍ୟା ମହାପାତ୍ର(୫) ଏ. ମହାପାତ୍ର (୧୨) ଭାବ୍ୟା ପାଇକରାୟ(୩)। ଜାମସେଦପୁରରୁ ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ଧାନବେଣୀ ସ୍କୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ଏବଂ ହେଲ୍‌ପର ଗାଡ଼ି ଛାଡି ଫେରାର ହୋଇ ଯାଇଥିବା ପାଟଣା ଥାନା ଏସ୍‌ଆଇ ମନୋରମା ସ୍ବାଇଁ କହିଛନ୍ତି। ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ୨ ଗାଡ଼ି ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri