ଅଧାରେ ରହିଲା ପାଣିଭାର :୨ କାଉଡିଆଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଖଲ୍ଲିକୋଟ,୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଡିମିରିଆ ଛକ ନିକଟରେ ଶନିବାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ କାଉଡ଼ିଆ ଓ ଜଣେ ଶ୍ରମିକଙ୍କ ଉପରେ ଟ୍ରକ ମାଡିଯିବାରୁ ୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ୩ ଜଣଙ୍କ ଉପରେ ଟ୍ରକ୍‌ ମାଡି ଯିବାପରେ ଆଗକୁ ଯାଇ ଟ୍ରକ୍‌ଟି ରାସ୍ତା ଉପରେ ଓଲଟି ପଡିଥିଲା। ଫଳରେ ଟ୍ରକ ଭିତରେ ଡ୍ରାଇଭର ଓ ହେଲ୍‌ପର ଫସି ରହିଥିଲେ । ଉଭୟଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଡ୍ରାଇଭରର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।
ମୃତ କାଉଡ଼ିଆ ହେଲେ ଖୋର୍ଦ୍ଧା ଜିଲା ବାଣପୁର ଭଗବତୀ ମନ୍ଦିର ନିକଟସ୍ଥ ହରିଜନ ସାହିର ରଞ୍ଜି ନାୟକ, ପପୁ ନାୟକ ଏବଂ ଖଲ୍ଲିକୋଟ ଥାନା ଦଲିବାଟି ଗ୍ରାମର ଶ୍ରମିକ ଏ. ବନମାଳି ପାତ୍ର ବୋଲି ଜଣା ପଡ଼ିଛି ।
ସୂଚନା ଅନୁଯାୟୀ, କାଉଡ଼ିଆ ରଞ୍ଜି ଓ ପପୁ ଋଷିକୂଲ୍ୟା ନଦୀରୁ ପାଣିଭାର ନେଇ ବାଲୁଗାଁ ଉମା ମହେଶ୍ୱର ମନ୍ଦିର ଅଭିମୁଖେ ଚାଲିଚାଲି ଯାଉଥିବା ସମୟରେ ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ଚଷୁ ବୋଝେଇ ଟ୍ରକ ନମ୍ବର ଏପି ୩୯ ୟୁ ୧୯୪୯ ଡିମିରିଆ ଛକ ନିକଟରେ ହଠାତ ଦୁଇ କାଉଡ଼ିଆଙ୍କ ଉପରେ ମାଡିଯିବା ସହ ସାଇକେଲରେ ଆସୁଥିବା ଜଣେ ଶ୍ରମିକଙ୍କୁ ଧକ୍କାଦେଇ ଥିଲା। କିଛି ଦୂରରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା । ଖବରପାଇ ଖଲ୍ଲିକୋଟ ଥାନା ପୋଲିସ, ରମ୍ଭା ଥାନା ପୋଲିସ ଓ ଖଲ୍ଲିକୋଟ ଅଗ୍ନିଶମ ବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ ଡ୍ରାଇଭର ଓ ହେଲପରକୁ ଟ୍ରକ୍‌ ଭିତରୁ ଉଦ୍ଧାର କରି ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri