ସ୍ବାମୀ-ଝିଅଙ୍କ ଆଖି ସାମ୍ନାରେ ମହିଳାଙ୍କ ମୁଣ୍ଡରେ ଚଢ଼ିଗଲା ଟ୍ରକ୍‌, ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ଖେମୁଣ୍ଡି କଲେଜ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ୍‌ (ନଂ.ଓଡ଼ି ୦୭ ବି-୬୩୫୪) ମାଡ଼ିଯିବାରୁ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମର ରାଣୀ ପାତ୍ର ନାମ୍ନୀ ମହିଳା ଘଟଣାସ୍ଥଳରେ ମୃତ୍ୟୁବରଣ କରିଛନ୍ତି। ଦୁର୍ଘଟଣାରେ ତାଙ୍କ ସ୍ବାମୀ ଲକ୍ଷ୍ମୀନାରାୟଣ ପାତ୍ର ଏବଂ ଝିଅ ଲିଟିଲି ସାମାନ୍ୟ ଆହତ ହୋଇଛନ୍ତି। ଲକ୍ଷ୍ମୀନାରାୟଣ ତାଙ୍କ ବାଇକ୍‌ ଯୋଗେ ଖରିଆଗୁଡ଼ା ଗ୍ରାମକୁ ଯାଉଥିବା ବେଳେ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେଇଥିଲା। ବାଇକ ଚାଳକ ନିୟନ୍ତ୍ରଣ ହରାଇ ରାସ୍ତା ଉପରେ ପଡ଼ିଯିବାରୁ ରାଣୀ କଚାଡ଼ି ହୋଇ ତଳେ ପଡ଼ିଯାଇଥିଲେ। ଟ୍ରକ ଚକା ତାଙ୍କ ମୁଣ୍ଡଉପରେ ମାଡ଼ିଯିବାରୁ ସେ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ। ଖବରପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌ ଓ ବାଇକ୍‌କୁ ଜବତ କରିଛନ୍ତି। ମୃତଦେହକୁ ଥାନା ମାମଲା ନଂ.୩୦/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri