୬ରୁ ଦୁଇଦିନିଆ ନ୍ୟାଶନାଲ୍‌ ଗ୍ରୀନ୍‌ ମେଟାଲ୍‌ କନ୍‌ଫରେନ

ଭୁବନେଶ୍ୱର,୫।୨(ଅଭୟ ଦାଶ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡ଼ିଶା ଏବଂ ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ(ବିପିଏନ୍‌ଏସ୍‌ଆଇ)ର ମିଳିତ ସହଯୋଗରେ ଏକ ୨ଦିନିଆ ଜାତୀୟ ସମ୍ମିଳନୀ ‘ନ୍ୟାଶନାଲ୍‌ ଗ୍ରୀନ୍‌ ମେଟାଲ୍‌ କନ୍‌ଫରେନ୍ସ-୨୦୨୪’ ଭୁବନେଶ୍ୱରଠାରେ ହେବାକୁ ଯାଉଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୬ରୁ ଜୟଦେବ ବିହାରସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମରେ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଏକ ଖବରଦାତା ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ଷ୍ଟେଟ୍‌ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ଼ର ନିର୍ଦ୍ଦେଶକ ତଥା ମେମ୍ବର ଅଫ୍‌ ସେକ୍ରେଟାରି ଡ. କେ.ମୁର୍ଗେସନ, ବିପିଏନ୍‌ଏସ୍‌ଆଇର ନିର୍ଦ୍ଦେଶକ ପ୍ରିତମ ଏସ.ପୂରକୟାସ୍ଥା, ଇଞ୍ଜିନିୟର ଆର.ଏନ୍‌.ପୃଷ୍ଟି ଏବଂ ଡ. ଏନ.ଆର.ସାହୁ ପ୍ରମୁଖ ଯୋଗଦେଇ ସମ୍ମିଳନୀ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି।

ଅପରପକ୍ଷରେ ଚଳିତ ବର୍ଷର ଥିମ୍‌ ‘ସବୁଜ ସ୍ଥିରତା ପାଇଁ, ଧାତୁ ପରିସଂସ୍ଥା ସନ୍ତୁଳନ ବା ମେଟାଲ୍‌ ଇକୋ ସିଷ୍ଟମ୍‌ ବାଲାନ୍ସିଂ, ଟୁଆର୍ଡସ ଗ୍ରୀନ୍‌ ସଷ୍ଟେନେବିଲିଟି’ ରହିଛି। ସେହିଭଳି ଏକ ଧାତୁ ପରିସଂସ୍ଥା ସନ୍ତୁଳନ କ୍ଷେତ୍ରର ପ୍ରମୁଖ ଭବିଷ୍ୟତ ଉପରେ ରଣନୀତି ପ୍ରସ୍ତୁତ କରିବା ପାଇଁ ଶିଳ୍ପ ହିତାଧିକାରୀ, ବିଶେଷଜ୍ଞ, ଶିକ୍ଷାବିତ୍‌, ଅନୁଷ୍ଠାନ ଏବଂ ନୀତି ନିର୍ଣ୍ଣୟକାରୀଙ୍କ ପାଇଁ ଏହା ଏକ ବୃହତ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ। ବିଶେଷକରି ବିଶ୍ୱରେ ଭାରତ ଦ୍ୱିତୀୟ ବୃହତ୍ତମ ଇସ୍ପାତ ଏବଂ ଆଲୁମିନିୟମ ଉତ୍ପାଦକ ଭାବେ ଉଭାହୋଇଛି। ଏପରିକି ଔଦ୍ୟୋଗିକ କାର୍ଯ୍ୟକଳାପ ଓ ପରିବେଶ ଉପରେ ତା’ର ପ୍ରଭାବକୁ ସମାଧାନ କରିବା ପାଇଁ ଏଭଳି ସମ୍ମିଳନୀର ଆବଶ୍ୟକତା ରହିଛି।

ଏହି ଦୁଇ ଦିନିଆ ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ, ମନିଟରିଂ ଏବଂ ସର୍କୁଲାର୍‌ ଇକୋନୋମି ଆଦିରେ ସାମ୍ପ୍ରତିକ ଟେକ୍ନୋଲୋଜି ଧାରାକୁ ଆଲୋକିତ କରିବା ସହ ଏହିପରି କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ଅଗ୍ରଗତି, ବିକଳ୍ପ ଶକ୍ତି, ସ୍ଥାୟୀ ଖଣି, ନୂତନ ନିରାପତ୍ତା ସର୍କୁଲାର, ଅର୍ଥନୀତି ପରିଚାଳନା ଓ ସବୁଜ ପରିବେଶ ପାଇଁ ବିନା ଖର୍ଚ୍ଚରେ କ୍ଷମତା ସୃଷ୍ଟି କରିବା ସହ ଏହାକୁ ହାସଲ କରିବା ପାଇଁ ଏକ ସୁଗମ ପରିବର୍ତ୍ତନକୁ ରାସ୍ତା ଦେଖାଇବା ସହିତ ଶିଳ୍ପ ଏବଂ ଖଣି ସଂସ୍ଥାଗୁଡ଼ିକ ପାଇଁ ସର୍ବଶେଷ ଜଳବାୟୁ ପରିବର୍ତ୍ତନ ଦୃଷ୍ଟିକୋଣରୁ ନୂତନ ପ୍ରଦୂଷଣ ନିବାରଣ ପ୍ରଯୁକ୍ତିବିଦ୍ୟା,ପରିବେଶ ମନିଟରିଂ ଏବଂ ତଥ୍ୟ ହାସଲ ଓ ସଂରକ୍ଷଣ ପ୍ରଯୁକ୍ତିବିଦ୍ୟା ପାଇଁ ଏହି ସମ୍ମିଳନୀ ଏକ ଅନନ୍ୟ ସୁଯୋଗ ପ୍ରଦାନ କରିବ। ବିଶେଷକରି ଖଣି ଏବଂ ଶିଳ୍ପ କ୍ଷେତ୍ରର ଅଗ୍ରଗତି ପାଇଁ ଏଭଳି ଏକ ସମ୍ମିଳନୀ ଜ୍ଞାନ ଆଦାନପ୍ରଦାନକୁ ପ୍ରୋତ୍ସାହିତ କରିବା ସହ ଧାତୁ ଉତ୍ପାଦନ କ୍ଷେତ୍ରର ସାମଗ୍ରିକ ପ୍ରଗତିରେ ସହଯୋଗ କରିବାକୁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri