ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ ନ ହୋଇ ବି ବିଲ୍‌ ହୋଇଥିବା ଗ୍ରାମର ଗୋଟିଏ ଗୋଷ୍ଠୀ ଅଭିଯୋଗ କରିଛନ୍ତି। ଏହାକୁ ପୂର୍ବତନ ସରପଞ୍ଚ, ନବ ନିର୍ବାଚିତ ସରପଞ୍ଚଙ୍କ ସମେତ ଆଉ ଗୋଟିଏ ଗୋଷ୍ଠୀ ଖଣ୍ଡନ କରିଛନ୍ତି।
ବ୍ଲକ ଆରବନ୍ଧ ପଞ୍ଚାୟତରେ ଜମି ଉନ୍ନତିକରଣ ପାଇଁ ଶୁକ୍ରବାର ରାତି ଅଧରେ ଏମ୍‌ଜିଏନଆରଇଜିଏସ୍‌ରେ ମେଶିନ ଲଗାଇ କାମ ହେଉଥିବା ବେଳେ ୭ଟି ମାଟି ବୋଝେଇ ଟ୍ରାକ୍ଟରକୁ ଗ୍ରାମର ଗୋଟିଏ ଗୋଷ୍ଠୀ ଅଟକ ରଖିଥିଲେ। ଏନେଇ ଗାଁରେ ଉତ୍ତେଜନା ଦେଖାଦେଇଥିଲା। ଶନିବାର ପୂର୍ବାହ୍ନରେ ବରହମପୁର ଥାନା ଅଧିକାରୀ ହେମନ୍ତ କୁମାର ମାଝି ପହଞ୍ଚତ୍ ମାଟି ଟ୍ରାକ୍ଟରକୁ ଥାନାକୁ ନେଇଥିବା ବେଳେ ଉନ୍ନୟନମୂଳକ କାର୍ଯ୍ୟରେ ଅନିୟମିତତା ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଅଭିଯୋଗକୁ ବର୍ତ୍ତମାନର ସରପଞ୍ଚ କୁଳମଣି ନାୟକ ଓ ପୂର୍ବତନ ସରପଞ୍ଚ ତନୁଜାଶ୍ରୀ ନାୟକ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ କରିବା ସହ ପଞ୍ଚାୟତରେ ଦୁର୍ନୀତି ହୋଇନାହିଁ, ସବୁପ୍ରକାର ତଦନ୍ତ ପାଇଁ ପ୍ରସ୍ତୁତ ଥିବା କହିଛନ୍ତି। ନିର୍ବାଚନରେ ଯେଉଁମାନେ ପରାଜିତ ହୋଇଥିଲେ ସେମାନେ ଆକ୍ରୋଶ ରଖି କିଛି ଲୋକଙ୍କୁ ଶିଖାଇ ମୋତେ ବଦନାମ କରିବା ପାଇଁ ପ୍ରାୟୋଜିତ ଷଡ଼ଯନ୍ତ୍ର କରିଛନ୍ତି ବୋଲି କହିଛନ୍ତି। ଏ ବିଷୟରେ ନୀଳଗିରି ବିଡିଓ ଅଶେଷ କୁମାର ନାୟକ କହିଛନ୍ତି, ଉକ୍ତ ପଞ୍ଚାୟତରେ ୬ଟି ପ୍ରକଳ୍ପ ତଦନ୍ତ ହୋଇଥିଲା, ସେସବୁ ଠିକ୍‌ ଅଛି। ଏବେ ଯେଉଁ ଅଭିଯୋଗ ହୋଇଛି ଏହାର ମଧ୍ୟ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri