ନିହତ ହୋଇଥିବା ୨ ମାଓବାଦୀ ଛତିଶଗଡ଼ କ୍ୟାଡର୍‌, ହୋଇଥିଲା ୪ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା: ଆଇଜି ଅମିତାଭ

ବଲାଙ୍ଗୀର ଅଫିସ, ୨୫।୧୧: ବଲାଙ୍ଗୀର-ବରଗଡ ଜିଲା ସୀମା ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁରୁବାର ମାଓବାଦୀ-ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୨ ଜଣ ମହିଳା ମାଓବାଦୀ ନିହତ ହୋଇଥିଲେ। ଏହି ଘଟଣା ପରେ ସ୍ଥିତି ଅନୁଧ୍ୟାନ କରିବାକୁ ଏକ ଉଚ୍ଚସ୍ତରୀୟ ପୋଲିସ ଅଧିକାରୀ ଟିମ୍‌ ବଲାଙ୍ଗୀର ଗସ୍ତରେ ଆସଛନ୍ତି। ସେମାନଙ୍କ ମଧ୍ୟରେ ଆଇଜି ଅପରେଶନ ଅମିତାଭ ଠାକୁର, ଏଡିଜି ସିଆର୍‌ପିଏଫ୍‌ ଭିଟୁଲ କୁମାର, ଡାଇରେକ୍ଟର ଇଣ୍ଟେଲିଜେନ୍ସ ସଞ୍ଜୀବ ପଣ୍ଡା, ଯୁଗ୍ମ ନିର୍ଦ୍ଦେଶକ ସ୍ବତନ୍ତ୍ର ଗୁଇନ୍ଦା ଆର୍‌ ସୁବର୍ଣ୍ଣ, ଅଶ୍ବିନୀ ସିଂ ଡିଆଇଜି ସ୍ବତନ୍ତ୍ର ଗୁଇନ୍ଦା, ଆଇଜି ସିଆରପିଏଫ୍‌ ସଂଗ୍ରାମ କେଶରୀ ମହାନ୍ତି ପ୍ରମୁଖ ଅଛନ୍ତି।

ଏନେଇ ଆଇଜି ଅପରେଶନ ଅମିତାଭ ଠାକୁର କହିଛନ୍ତି, ଗନ୍ଧମାର୍ଦ୍ଦନ ପାହାଡ଼ରେ ମାଓବାଦୀ-ପୋଲିସ ମଧ୍ୟରେ ପ୍ରାୟ ଅଧଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା। ଏଥିରେ ଛତିଶଗଡ଼ର ମହିଳା ମାଓବାଦୀ କ୍ୟାଡ଼ର ନିହତ ହୋଇଛନ୍ତି । ଏହି କ୍ୟାଡ଼ର ମାଓବାଦୀଙ୍କ ମୁଣ୍ଡ ପାଇଁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଘୋଷଣା କରିଥିଲେ। ଦୁଇଦିନ ପୂର୍ବରୁ ଗନ୍ଧମାର୍ଦ୍ଦନ ପାହାଡ଼ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ପୋଲିସକୁ ଇନପୁଟ ମିଳିଥିଲା । ଏହି ଆଧାରରେ କମ୍ବିଂ ଅପରେଶନ କରାଯାଇଥିଲା । ପୋଲିସ ପକ୍ଷରୁ ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି । ରାଜ୍ୟରେ ମାଓବାଦୀଙ୍କ ସଂଖ୍ୟା କମିଛି ବୋଲି ଆଇଜି ଠାକୁର କହିଛନ୍ତି। ସେହିଭଳି ପଦ୍ମପୁର ଉପନିର୍ବାଚନ ଚାଲିଥିବା ବେଳେ ମାଓବାଦୀ-ପୋଲିସ ଗୁଳି ବିନିମୟ ଘଟଣାକୁ ନେଇ ପ୍ରଶ୍ନ କରାଯିବାରୁ ଏ ଦିଗରେ ସବିଶେଷ ତଦନ୍ତ ଚାଲିଛି ବୋଲି କହିଥିଲେ। ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ବାରାକରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସେ ଏହି ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri