ଦାୟିତ୍ୱ ନେବାପରେ ଅଧିକାରୀଙ୍କ ସହ ୨ ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗର ନୂଆ ମନ୍ତ୍ରୀ ଭାବେ ରାଜେନ୍ଦ୍ର ଢୋଲକିଆ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ସର୍ବପ୍ରଥମେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ନୂତନ ମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ବିସ୍ତୃତ ଭାବେ ବିଭାଗର କାର୍ଯ୍ୟାବଳୀ ସମ୍ପର୍କରେ ସେ ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ା ବିଭାଗର ଅଧିକାରୀମାନେ ମନ୍ତ୍ରୀଙ୍କୁ ନିଜ ନିଜର ପରିଚୟ ପ୍ରଦାନ ପୂର୍ବକ ବିଭାଗର କେଉଁ କେଉଁ ଦାୟିତ୍ୱ ତୁଲାଉଛନ୍ତି ସେନେଇ କହିଥିଲେ। ମନ୍ତ୍ରୀ ଢୋଲକିଆ ରାଜ୍ୟର ସର୍ବାଙ୍ଗୀନ ବିକାଶ ନିମନ୍ତେ ଯୋଜନା ପ୍ରସ୍ତୁତି ଏକ ମୁଖ୍ୟ କାର୍ଯ୍ୟ ଏବଂ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ସହ ବିଭାଗର ସୁନାମ ବଜାୟ ରଖିବା ପାଇଁ ସମସ୍ତ ଅଧିକାରୀଙ୍କ ସହଯୋଗ କାମନା କରିଛନ୍ତି।
ସେହିପରି କୃଷିମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାରେ କୃଷିର ସାମଗ୍ରିକ ବିକାଶ ପାଇଁ ପ୍ରଚେଷ୍ଟା ଜାରି ରହିବ। ଲୋକସେବା ଭବନରେ ବିଭାଗୀୟ ଅଧିକାରୀମାନଙ୍କ ସହ ଏକ ବୈଠକରେ ସେ ଆଲୋଚନା କରିଛନ୍ତି। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଆର୍‌. ରଘୁପ୍ରସାଦ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମନ୍ତ୍ରୀ ସ୍ବାଇଁଙ୍କୁ କୃଷିର ଉନ୍ନତୀକରଣ ତଥା ବିଭିନ୍ନ ଯୋଜନା ବାବଦରେ ଅବଗତ କରାଇଛନ୍ତି। ମନ୍ତ୍ରୀ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ନିଷ୍ଠାର କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାପରେ ମନ୍ତ୍ରୀ ସ୍ବାଇଁ କୃଷି ଭବନ ପରିଦର୍ଶନ କରି ବରିଷ୍ଠ ଅଧିକାରୀମାନଙ୍କ ସହ ବିଭିନ୍ନ ନିର୍ଦ୍ଦେଶାଳୟର କାର୍ଯ୍ୟାବଳୀ ସମ୍ବନ୍ଧରେ ଅବଗତ ହୋଇଛନ୍ତି।
ଅନ୍ୟପକ୍ଷେ ବିଜେଡି ସରକାରରେ ୫ମ ପାଳିର ଦ୍ୱିତୀୟ ଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇଛି। ଏଥିରେ ୨ ଜଣ ନୂଆ ଚେହେରା ଶାସକ ଦଳ ମୁଖ୍ୟ ସଚେତକ ଏବଂ ଉପ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ପାଇଛନ୍ତି। ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଦଳ ଶାସକ ଦଳ ମୁଖ୍ୟ ସଚେତକ କରିଥିବା ବେଳେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଉପ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ମିଳିଛି। ଉଭୟଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡକାଇ ଭେଟିଥିବା ଜଣାପଡ଼ିଛି। ତେବେ ଏହି ଅବସରରେ ସେମାନଙ୍କୁ ବିଧାନସଭାରେ ସେମାନେ କିଭଳି ଭଲ ପ୍ରଦର୍ଶନ କରିବେ ତାହା ଉପରେ ଆଲୋଚନା ହୋଇଥିବା ବେଳେ ନିଜ ଦାୟିତ୍ୱକୁ ଦକ୍ଷତା ଏବଂ ଦାୟିତ୍ୱ ସହକାରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri