ଦାୟିତ୍ୱ ନେବାପରେ ଅଧିକାରୀଙ୍କ ସହ ୨ ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗର ନୂଆ ମନ୍ତ୍ରୀ ଭାବେ ରାଜେନ୍ଦ୍ର ଢୋଲକିଆ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ସର୍ବପ୍ରଥମେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ନୂତନ ମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ବିସ୍ତୃତ ଭାବେ ବିଭାଗର କାର୍ଯ୍ୟାବଳୀ ସମ୍ପର୍କରେ ସେ ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ା ବିଭାଗର ଅଧିକାରୀମାନେ ମନ୍ତ୍ରୀଙ୍କୁ ନିଜ ନିଜର ପରିଚୟ ପ୍ରଦାନ ପୂର୍ବକ ବିଭାଗର କେଉଁ କେଉଁ ଦାୟିତ୍ୱ ତୁଲାଉଛନ୍ତି ସେନେଇ କହିଥିଲେ। ମନ୍ତ୍ରୀ ଢୋଲକିଆ ରାଜ୍ୟର ସର୍ବାଙ୍ଗୀନ ବିକାଶ ନିମନ୍ତେ ଯୋଜନା ପ୍ରସ୍ତୁତି ଏକ ମୁଖ୍ୟ କାର୍ଯ୍ୟ ଏବଂ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ସହ ବିଭାଗର ସୁନାମ ବଜାୟ ରଖିବା ପାଇଁ ସମସ୍ତ ଅଧିକାରୀଙ୍କ ସହଯୋଗ କାମନା କରିଛନ୍ତି।
ସେହିପରି କୃଷିମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାରେ କୃଷିର ସାମଗ୍ରିକ ବିକାଶ ପାଇଁ ପ୍ରଚେଷ୍ଟା ଜାରି ରହିବ। ଲୋକସେବା ଭବନରେ ବିଭାଗୀୟ ଅଧିକାରୀମାନଙ୍କ ସହ ଏକ ବୈଠକରେ ସେ ଆଲୋଚନା କରିଛନ୍ତି। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଆର୍‌. ରଘୁପ୍ରସାଦ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମନ୍ତ୍ରୀ ସ୍ବାଇଁଙ୍କୁ କୃଷିର ଉନ୍ନତୀକରଣ ତଥା ବିଭିନ୍ନ ଯୋଜନା ବାବଦରେ ଅବଗତ କରାଇଛନ୍ତି। ମନ୍ତ୍ରୀ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ନିଷ୍ଠାର କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାପରେ ମନ୍ତ୍ରୀ ସ୍ବାଇଁ କୃଷି ଭବନ ପରିଦର୍ଶନ କରି ବରିଷ୍ଠ ଅଧିକାରୀମାନଙ୍କ ସହ ବିଭିନ୍ନ ନିର୍ଦ୍ଦେଶାଳୟର କାର୍ଯ୍ୟାବଳୀ ସମ୍ବନ୍ଧରେ ଅବଗତ ହୋଇଛନ୍ତି।
ଅନ୍ୟପକ୍ଷେ ବିଜେଡି ସରକାରରେ ୫ମ ପାଳିର ଦ୍ୱିତୀୟ ଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇଛି। ଏଥିରେ ୨ ଜଣ ନୂଆ ଚେହେରା ଶାସକ ଦଳ ମୁଖ୍ୟ ସଚେତକ ଏବଂ ଉପ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ପାଇଛନ୍ତି। ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଦଳ ଶାସକ ଦଳ ମୁଖ୍ୟ ସଚେତକ କରିଥିବା ବେଳେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଉପ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ମିଳିଛି। ଉଭୟଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡକାଇ ଭେଟିଥିବା ଜଣାପଡ଼ିଛି। ତେବେ ଏହି ଅବସରରେ ସେମାନଙ୍କୁ ବିଧାନସଭାରେ ସେମାନେ କିଭଳି ଭଲ ପ୍ରଦର୍ଶନ କରିବେ ତାହା ଉପରେ ଆଲୋଚନା ହୋଇଥିବା ବେଳେ ନିଜ ଦାୟିତ୍ୱକୁ ଦକ୍ଷତା ଏବଂ ଦାୟିତ୍ୱ ସହକାରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri