ଏହି ଦୁଇ ଲୋକପ୍ରିୟ ଅଭିନେତ୍ରୀ ‘ହମ୍‌ ସାଥ୍‌ ସାଥ୍‌ ହେଁ’ ଫିଲ୍ମକୁ କରିଥିଲେ ପ୍ରତ୍ୟାଖ୍ୟାନ: କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ ଇଣ୍ଡଷ୍ଟ୍ରିରେ ଅନେକ ଫିଲ୍ମ ଅଛି ଯାହାକୁ ଦର୍ଶକ ହୃଦୟରୁ ଗ୍ରହଣ କରିଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଉକ୍ତ ଫିଲ୍ମଗୁଡ଼ିକର ରିଲିଜ୍‌କୁ ବହୁ ଦଶନ୍ଧି ବିତିଯାଇଥିଲେ ସୁଦ୍ଧା ଦର୍ଶକ ଆଜି ବି ତାହାକୁ ଦେଖିବାକୁ ଚାହାନ୍ତି। ଏସବୁ ଫିଲ୍ମ ମଧ୍ୟରୁ ଅନ୍ୟତମ ହେଉଛି ‘ହମ୍‌ ସାଥ୍‌ ସାଥ୍‌ ହେଁ’। ସରୋଜ ବଡଜାତ୍ୟାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ରିଲିଜ ହେବା ଇତି ମଧ୍ୟରେ ୨୧ ବର୍ଷ ବିତିଯାଇଛି। ୨୧ ବର୍ଷ ପୂର୍ବେ ଏହି ଫିଲ୍ମଟି ୫ ନଭେମ୍ବରେ ମୁକ୍ତିଲାଭ କରିଥିଲା। ଏଥିରେ ସଲମାନ ଖାଁ, ସୋନାଲି ବେନ୍ଦ୍ରେ, ସୈଫ୍‌ ଅଲ୍ଲୀ ଖାଁ, କରିସ୍ମା କପୁର, ତବ୍‌ବୁ ପ୍ରମୁଖ ଚରିତ୍ରରେ ଅଭିନୟ କରିଥିଲେ।

ମାତ୍ର ଏହି ଫିଲ୍ମପାଇଁ ନିର୍ମାତାଙ୍କ ପ୍ରଥମ ପସନ୍ଦ ଥିଲେ ମାଧୁରୀ ଦୀକ୍ଷିତ ଏବଂ ରବୀନା ଟଣ୍ଡନ । ମାତ୍ର ସେମାନେ ଏହି ଫିଲ୍ମ କରିବାକୁ ମନା କରିଦେଇଥିଲେ। କୁହାଯାଏ ଯେ, ବଡ଼ ଭାଉଜଙ୍କ ଭୂମିକା ପାଇଁ ମାଧୁରୀଙ୍କୁ କୁହାଯାଇଥିଲା, ତେଣୁ ସେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। ସେ ସଲମାନ ଏବଂ ସୈଫ୍‌ଙ୍କ ଭାଉଜ ହେବାକୁ  ଚାହିଁ ନ ଥିଲେ। ବାସ୍ତବରେ, ଏହି ଫିଲ୍ମ ପୂର୍ବରୁ ସେ ଏହି ଅଭିନେତାଙ୍କ ସହିତ ରୋମାଣ୍ଟିକ ଫିଲ୍ମ ମଧ୍ୟ କରିଥିଲେ।

ଅନ୍ୟପକ୍ଷରେ, ରବୀନାଙ୍କୁ ସଲ୍‌ମାନ୍‌ଙ୍କ ବିପକ୍ଷରେ ଅଭିନୟ କରିବାକୁ କୁହାଯାଇଥିଲା। ମାତ୍ର ସେ ଏହାକୁ ଗ୍ରହଣ ନ କରିବାରୁ ସୋନାଲିଙ୍କୁ ଅଫର ମିଳିଥିଲା। ଏହି ମଲ୍ଟି ଷ୍ଟାରର ଫିଲ୍ମ ରବିନାଙ୍କ କ୍ୟାରିୟର ପାଇଁ ଭଲ ନୁହେଁ ଭାବି ସେ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲେ। ପରେ ସୋନାଲି ଓ ସଲ୍‌ମାନ୍‌ଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri