ୟୁଜିସି ଏନ୍‌ଇଟି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁନିଭର୍ସିଟି ଗ୍ରାଣ୍ଟ୍‌ କମିଶନ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ୟୁଜିସି ଏନ୍‌ଇଟି) ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ତେବେ ଆସନ୍ତା ୨୦ ତାରିଖରୁ ଏହା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏନ୍‌ଟିଏ ଦ୍ୱାରା ପରିଚାଳିତ ଏହି ପରୀକ୍ଷା ଆସନ୍ତା ୧୭ରୁ ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ଥିଲା। କିନ୍ତୁ ଏହି ସମୟରେ ଅନ୍ୟ ପରୀକ୍ଷା ଥିବାରୁ ୟୁଜିସି ଏନ୍‌ଇଟି ପରୀକ୍ଷାକୁ ଘୁଞ୍ଚାଇବା ପାଇଁ ବହୁ ଛାତ୍ରୀଛାତ୍ର ଅନୁରୋଧ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ଏନ୍‌ଟିଏ ଉକ୍ତ ପରୀକ୍ଷାକୁ ସ୍ଥଗିତ କରିବା ପାଇଁ ନିଷ୍ପତ୍ତି ନେଇଛି। ଆସନ୍ତା ଦିନେ କି ଦୁଇଦିନ ମଧ୍ୟରେ ପରୀକ୍ଷା ତାରିଖ ଘୋଷଣା କରାଯିବ। ପରିବର୍ତ୍ତିତ ପରୀକ୍ଷା ତାରିଖ ugcnet.nta.nic.in ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେବ ବୋଲି ଏନ୍‌ଟିଏ କହିଛି। ଅଧିକ ତଥ୍ୟ ଜାଣିବା ପାଇଁ ଛାତ୍ରୀଛାତ୍ରମାନେ ପର୍ଯ୍ୟାୟକ୍ରମେ ଏନ୍‌ଟିଏ ଓ୍ବେବ୍‌ସାଇଟ www.nta.ac.in ଓ https.//ugcnet.nta.nic.inକୁ ଦେଖିବା ପାଇଁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ, ୟୁଜିସି ଏନ୍‌ଇଟି ଡିସେମ୍ବର-୨୦୨୦ ଓ ଜୁନ୍‌ ୨୦୨୧ ସେସନର ପରୀକ୍ଷା ପ୍ରଥମେ ଚଳିତ ମାସ ୬ରୁ ୮ ତାରିଖ ଏବଂ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାର ଥିଲା। କିନ୍ତୁ ୬ ଓ ୭ ତାରିଖରେ ଅନ୍ୟ ପରୀକ୍ଷା ଥିବାରୁ ଛାତ୍ରୀଛାତ୍ରମାନେ ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରିଥିଲେ। ତେଣୁ ଏନ୍‌ଟିଏ ସେହି ପରୀକ୍ଷାକୁ ୧୭ରୁ ୨୫ ତାରିଖ ପର୍ଯ୍ୟନ୍ତ କରିବ ବୋଲି ଗତ ୧ ତାରିଖରେ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri