ପ୍ରକାଶ ପାଇଲା ୟୁଜିସି ଏକାଡେମିକ କ୍ୟାଲେଣ୍ଡର

ଭୁବନେଶ୍ୱର,୧୭।୭(ବ୍ୟୁରୋ): କରୋନା ସଂକ୍ରମଣ ଭିତରେ ୟୁଜିସି ପକ୍ଷରୁ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଦେଶର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟ କରୋନା ସମୟରେ କିପରି ପାଠପଢ଼ା ଆରମ୍ଭ କରିବେ, ସେନେଇ ଗାଇଡ଼ଲାଇନରେ ଉଲ୍ଲେଖ କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରିବା ସହ ୟୁଜିସି ଅପଡେଟ୍‌ ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ କରିଛି।

୨୦୨୧-୨୨ ଶିକ୍ଷାବର୍ଷ ପାଇଁ ନାମ ଲେଖା ଓ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଅଣ୍ଡର ଗ୍ରାଜୁଏଟ(ୟୁଜି) ପାଠ୍ୟକ୍ରମର ନାମଲେଖା ସେପ୍ଟେମ୍ବର ୩୦ ସୁଦ୍ଧା ସରିବ। ପାଠପଢ଼ା ଅକ୍ଟୋବାର ୧ ସୁଦ୍ଧା ଆରମ୍ଭ କରାଯିବ। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ୨୦୨୧-୨୨ ଶିକ୍ଷାବର୍ଷ ଆରମ୍ଭ କରିବାକୁ ଯଥାଶୀଘ୍ର ବ୍ୟବସ୍ଥା କରିବାକୁ ୟୁଜିସି ଗାଡ଼ଲାଇନ୍‌ରେ ଉଲ୍ଲେଖ ରହିଛି। ସ୍ଥାନୀୟ ଅଞ୍ଚଳର ସଂକ୍ରମଣ ସ୍ଥିତିକୁ ଦେଖି କ୍ଲାସ ଅନ୍‌ଲାଇନ କିମ୍ବା ଅଫ୍‌ଲାଇନରେ ଆରମ୍ଭ କରାଯାଇପାରିବ। ଜୁଲାଇ ୩୧ ପୂର୍ବରୁ ଯୁକ୍ତ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଯଦି ଯୁକ୍ତ୨ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୁଏ, ତେବେ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ଅକ୍ଟୋବର ୧୮ରୁ ନୂଆ ଶିକ୍ଷାବର୍ଷ ଆରମ୍ଭ କରିପାରନ୍ତି ବୋଲି ଗାଇଡ଼ଲାଇନ୍‌ରେ ଉଲ୍ଲେଖ କରାଯାଇଛି।

ସେହିପରି ଗତ ଶେଷବର୍ଷ ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ସାରିବାକୁ ଗାଇଡ଼ଲାଇନରେ ନିର୍ଦ୍ଦେଶ ଦିଆଯାଇଛି। ଏହା ବ୍ୟତୀତ ସେପ୍ଟେମ୍ବର ୩୦ ସୁଦ୍ଧା ନାମଲେଖା ପ୍ରକ୍ରିୟା ଶେଷ କରିବାକୁ କୁହାଯାଇଥିବା ବେଳେ ଅକ୍ଟୋବର ୩୧ ତାରିଖ ସୁଦ୍ଧା ବଳକା ସିଟ୍‌ ପାଇଁ ନାମଲେଖା ସାରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

୩୫ ବର୍ଷ ପରେ ଦେଶରେ ନୂଆ ସାପ ପ୍ରଜାତି ଚିହ୍ନଟ : ସାମ୍ନାକୁ ଆସିଲା ରହସ୍ୟମୟ ଦୋମୁହାଁ ସାପ

ଥର୍‌ ମରୁଭୂମି ବିକାନେରର ଜୋଡ଼ବୀଡ଼ କଞ୍ଜରଭେସନ ରିଜର୍ଭରେ ମିଳିଥିବା ଏକ ବିରଳ ସାପର ଚିହ୍ନଟ ‘ସିସ୍ତାନ ସ୍ୟାଣ୍ଡ ବୋଆ’ (Eryx sistanensis) ଭାବରେ କରାଯାଇଛି। ବୈଜ୍ଞାନିକମାନଙ୍କ ଅନୁଯାୟୀ,…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଉପହାର! ୫୦ହଜାର ଛାତ୍ରୀଙ୍କୁ ଫ୍ରିରେ ମିଳିବ ସ୍କୁଟି; ଜାଣନ୍ତୁ କେମିତି ମିଳିବ ଲାଭ

ଲକ୍ଷ୍ନୌ,୧୭।୬: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ପଢ଼ୁଥିବା ଛାତ୍ରୀମାନଙ୍କ ପାଇଁ ଏକ ବହୁତ ବଡ଼ ଖୁସି ଖବର ଆସୁଛି। ରାଜ୍ୟର ପ୍ରାୟ ୫୦ ହଜାର ମେଧାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri