ୟୁଆଇଡିଏଆଇ ସିଇଓ ହେଲେ ସୌରଭ ଗର୍ଗ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ବରିଷ୍ଠ ଅଧିକାରୀ ସୌରଭ ଗର୍ଗଙ୍କୁ ୟୁନିକ୍‌ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ (ୟୁଆଇଡିଏଆଇ) କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଶୁକ୍ରବାର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୌରଭ ବର୍ତ୍ତମାନ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ଏହାଛଡ଼ା ଆଇଏଏସ୍‌ ଅଫିସର ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଗଣଶିକ୍ଷା ଓ ସାକ୍ଷରତା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେ ନ୍ୟାଶନାଲ କାଉନ୍‌ସିଲ ଫର୍‌ ଟିଚର ଏଜୁକେଶନର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସନ୍ତୋଷ ଷଡ଼ଙ୍ଗୀ ପୁଣି ଦିଲ୍ଲୀ ଡେପୁଟେଶନରେ ଯିବେ। ସେ ଏବେ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ଦାୟିତ୍ୱ ତୁଲାଉଛନ୍ତି। ସେହିପରି କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୮୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଚନ୍ଦ୍ରଶେଖର କୁମାରଙ୍କୁ ଜିଏସ୍‌ଟି କାଉନ୍‌ସିଲର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେ ଏବେ ଅର୍ଥ ମନ୍ତ୍ରଣାଳୟର ଆର୍ଥିକ ବିଭାଗ ବ୍ୟାପାର ଅତିରିକ୍ତ ସଚିବ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri