ନବଜାତ ଶିଶୁଙ୍କ ଚିକିତ୍ସାରେ ଉମରକୋଟ ଏସ୍‌ଏନ୍‌ସିୟୁ ରାଜ୍ୟରେ ଶ୍ରେଷ୍ଠ

ଉମରକୋଟ,୨୮ା୫: ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ(ଏସ୍‌ଏନ୍‌ସିୟୁ) ରାଜ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛି। ୧୫ଟି ଦିଗରେ ଉନ୍ନତ ପ୍ରଦର୍ଶନକୁ ବିଚାରକୁ ନେଇ ଏହି ସମ୍ମାନ ନିମନ୍ତେ ଚୟନ କରାଯାଇଥାଏ। ଏଥିରେ ଉମରକୋଟ ପ୍ରଥମରେ ରହିଥିବା ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛି। ଏହି ସମୀକ୍ଷା ୩ ମାସକୁ ଥରେ କରାଯାଉଥିବା ବେଳେ ଗତଥର ଉମରକୋଟ ଦ୍ୱିତୀୟ ସ୍ଥାନରେ ରହିଥିଲା।
ସୂଚନାଯୋଗ୍ୟ, ୨୦୧୪ରେ ଉମରକୋଟ୍‌ଠାରେ ଆରମ୍ଭ ହେଇଥିବା ଏହି ବିଭାଗରେ ନବଜାତ ଶିଶୁଙ୍କ ପାଇଁ ୧୨ ଶଯ୍ୟାର ବ୍ୟବସ୍ଥା ରହିଥିଲେ ହେଁ ପ୍ରତିଦିନ ୨୦ ରୁ ୨୫ ଶିଶୁ ଚିକିତ୍ସା ପାଇଁ ଭର୍ତ୍ତି ହେଉଥିବା ଜଣାପଡ଼ିଛି। ଏହି ଏସ୍‌ଏନ୍‌ସିୟୁ ଉପରେ ଜିଲାର ଉମରକୋଟ, ରାଇଘର, ଝରିଗାଁ, ଚନ୍ଦାହାଣ୍ଡି ବ୍ଲକରୁ ଶିଶୁ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥାନ୍ତି। ବିଶେଷକରି ଜଣ୍ଡିସ୍‌, ଅଳ୍ପ ଓଜନ କିମ୍ବା ଶ୍ୱାସକ୍ରିୟାଜନିତ ସମସ୍ୟା ଦେଖାଯାଉଥିବା ନବଜାତ ଶିଶୁଙ୍କୁ ଏଠାରେ ରଖି ଚିକିତ୍ସା କରାଯାଇଥାଏ। ଏବେ ଏଠାରେ ଶିଶୁଙ୍କ ପାଇଁ ଅମ୍ଳଜାନ, ୱାର୍ମର, ଫଟୋଥେରାପି ଆଦି ସମସ୍ତ ସୁବିଧା ରହିଛି। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା ଏହି ବିଭାଗରେ କଙ୍ଗାରୁ ମଦର କେୟାର ୟୁନିଟ ମଧ୍ୟ ରହିଛି। ଏକାସଙ୍ଗେ ୭ ମହିଳା ଏଠାରେ ଶିଶୁଙ୍କୁ ସ୍ତନ୍ୟପାନ କରାଇପାରିବେ। ଏବେ ଏହି ଏସ୍‌ଏନ୍‌ସିୟୁରେ ୩ କରୋନା ସଂକ୍ରମିତ ଶିଶୁ ଚିକିତ୍ସିତ ଥିବା ଜଣାପଡ଼ିଛି। ସେମାନଙ୍କୁ ସ୍ବତନ୍ତ୍ର କୋଠରିରେ ରଖି ଚିକିତ୍ସା କରାଯାଉଥିବା ବିଭାଗୀୟ ମୁଖ୍ୟ ତଥା ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. ସନ୍ତୋଷ କୁମାର ପଣ୍ଡା କହିଛନ୍ତି। ଏଭଳି ସୁବିଧା ରାଜ୍ୟରେ ବଡ଼ ବଡ଼ ମେଡିକାଲ କଲେଜରେ ମଧ୍ୟ କମ୍‌ ରହିଥିବା ନୂତନ ଡାକ୍ତରୀ ପାଠପଢ଼ା ସାରିଥିବା ଡାକ୍ତରମାନେ କହିଛନ୍ତି। ଉମରକୋଟ ଅଞ୍ଚଳର ଡାକ୍ତର ସନ୍ତୋଷ କୁମାର ପଣ୍ଡା ଏବଂ ୧୦ ଷ୍ଟାଫ୍‌ନର୍ସଙ୍କ ନିଷ୍ଠାପର ସେବା ହିଁ ଉପାନ୍ତ ଅଞ୍ଚଳର ଏହି ୟୁନିଟ ରାଜ୍ୟରେ ଆଦର୍ଶ ପାଲଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri