Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ତାରିଖ ଘୋଷିତ

ଭୁବନେଶ୍ୱର, ୨୧।୫- ଆଗାମୀ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଆୟୋଜନ ତାରିଖକୁ ଫିଫା କାଉନ୍‌ସିଲ ଅନୁମୋଦନ କରିଛି। ଫଳରେ ୟୁଥ ବିଶ୍ୱକପ୍‌ ଭାବେ ପରିଚିତ ଏହି ପ୍ରତିଯୋଗିତା ୨୦୨୨ ଅକ୍ଟୋବର ୧୧ରୁ ୩୦ ତାରିଖ ମଧ୍ୟରେ ଆୟୋଜିତ ହେବ ବୋଲି ଜଣାପଡ଼ିଛି। ଭାରତ ଦ୍ୱିତୀୟଥର ପାଇଁ ଏପରି ଏକ ବିଶ୍ୱସ୍ତରୀୟ ଫିଫା ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯାଉଛି।

୨୦୧୭ରେ ଫିଫା ୧୭ ବର୍ଷରୁ କମ୍‌ (ପୁରୁଷ) ବିଶ୍ୱକପ୍‌ ନୂଆଦିଲ୍ଲୀଠାରେ ଆୟୋଜିତ ହୋଇଥିଲା। ଫିଫା ଇତିହାସରେ ଏହାକୁ ସବୁଠାରୁ ଅଧିକ ଦର୍ଶକ ଉପଭୋଗ କରିଥିଲେ। ୨୦୨୨ରେ ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ର ୭ମ ସଂସ୍କରଣ ଭାରତରେ ଆୟୋଜିତ ହେବ। ପ୍ରକାଶଯୋଗ୍ୟ ଯେ, ୨୦୨୦ରେ ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଆୟୋଜନ ପାଇଁ ଭାରତ ଅଧିକାର ପାଇଥିଲା। ମାତ୍ର କରୋନା ସଂକ୍ରମଣ ବଢ଼ିବାରୁ ଏହାକୁ ୨୦୨୧କୁ ସ୍ଥଗିତ ରଖାଯାଇଥିଲା। କିନ୍ତୁ ଏହା ସମ୍ଭବ ହୋଇ ନ ଥିଲା। ତେଣୁ ୨୦୨୨ରେ ଏହାକୁ ଆୟୋଜନ ପାଇଁ ଭାରତକୁ ଅଧିକାର ପ୍ରଦାନ କରାଯାଇଛି। ଏହି ପ୍ରତିଯୋଗିତା ଭାରତର ୫ ଭେନ୍ୟୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ, କୋଲକାତାର ସଲ୍ଟଲେକ୍‌ ଷ୍ଟାଡିୟମ, ଗୁଆହାଟୀର ଇନ୍ଦିରା ଗାନ୍ଧୀ ଆଥ୍‌ଲେଟିକ୍‌ ଷ୍ଟାଡିୟମ, ଅହମଦାବାଦର ଏକ୍କା ଆରେନା ଓ ନଭି ମୁମ୍ବାଇର ଡି.ଓ୍ବାଇ. ପାଟିଲ ଷ୍ଟାଡିୟମରେ ଆୟୋଜନ ପାଇଁ ପୂର୍ବରୁ ନିର୍ଦ୍ଧାରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri