Posted inଖେଳ

ପୁଣି ଘୁଞ୍ଚିବ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୨୪।୯ (ପି.ଟି.): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ପୁଣି ଥରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ପୂର୍ବରୁ ଥରେ ଘୁଞ୍ଚାଯାଇ ଏହି ମେଗା ଇଭେଣ୍ଟକୁ ୨୦୨୧ ଫେବୃୟାରୀ- ମାର୍ଚ୍ଚରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ତେବେ କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବାରୁ ଏହା ପୁଣି ଘୁଞ୍ଚିବ।
ଏହି ମେଗା ଇଭେଣ୍ଟ ନଭେମ୍ବର ୨ରୁ ୨୦ ତାରିଖ ମଧ୍ୟରେ ଭାରତରେ ୫ଟି ଭେନ୍ୟୁରେ ଆୟୋଜିତ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ପରେ ମହାମାରୀ ପାଇଁ ଏହାକୁ ଆସନ୍ତାବର୍ଷ ଫେବୃୟାରୀ ୧୭ରୁ ମାର୍ଚ୍ଚ ୭ ତାରିଖ ମଧ୍ୟରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ସ୍ବାସ୍ଥ୍ୟଗତ ପରିସ୍ଥିତିରେ କୌଣସି ଉନ୍ନତି ନ ଘଟିବାରୁ ବିଶ୍ୱକପ୍‌ର କ୍ୱାଲିଫାଇଙ୍ଗ୍‌ ଟୁର୍ନାମେଣ୍ଟଗୁଡିକ ଆଫ୍ରିକା, ନର୍ଥ ଓ ସେଣ୍ଟ୍ରାଲ ଆମେରିକା ଓ ଦକ୍ଷିଣ ଆମେରିକାରେ ଆୟୋଜନ ହୋଇପାରିନାହିଁ। ତେଣୁ ବିଶ୍ୱକପ୍‌ ଘୁଞ୍ଚିବା ଏକ ପ୍ରକାର ନିଶ୍ଚିତ ମନେହେଉଛି। ଏ ନେଇ ଅବଶ୍ୟ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇ ନାହିଁ। ଏ ସଂକ୍ରାନ୍ତରେ ଆନୁଷ୍ଠାନିକ ଭାବେ କିଛି ଅପ୍‌ଡେଟ୍‌ କରାଯାଇ ନାହିଁ ବୋଲି ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ସାଧାରଣ ସମ୍ପାଦକ କୁଶଲ ଦାସ କହିଛନ୍ତି। ତେବେ ବିଶ୍‌କପ୍‌ ଘୁଞ୍ଚିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ବିଶ୍ୱକପ୍‌ ଆଉ ୫ ମାସ ବାକି ରହିଛି। କିନ୍ତୁ ବିଭିନ୍ନ କନଫେଡେରେଶନଗୁଡିକ ଏପର୍ଯ୍ୟନ୍ତ କ୍ୱାଲିଫାୟର୍ସ ଆୟୋଜନ କରିପାରି ନାହାନ୍ତି। ସିଏଏଫ୍‌, କନକାକାଫ, କନମେବୋଲ କ୍ୱାଲିଫାୟର୍ସ ଆୟୋଜନ କରିପାରି ନ ଥିବା ବେଳେ ୟୁଇଏଫ୍‌ଏ ଗତମାସରେ ତା’ର କ୍ୱାଲିଫାଇଙ୍ଗ୍‌ ଟୁର୍ନାମେଣ୍ଟକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ସେହିପରି ଓଏଫ୍‌ଏ ମଧ୍ୟ ସମାନ ନିଷ୍ପତ୍ତି ନେଇଛି। କେବଳ ଏସିଆ (ଏଏଫ୍‌ସି) କ୍ୱାଲିଫାୟର୍ସ ଆୟୋଜନ କରିଛି। ଜାପାନ ଓ ଉତ୍ତର କୋରିଆ ଟୁର୍ନାମେଣ୍ଟ ଖେଳିବାକୁ ଯୋଗ୍ୟତା ହାସଲ କରିଛନ୍ତି। ଏହି ଦୁଇ ଦେଶ ୨୦୧୯ ଏଏଫ୍‌ସି ୧୬ ବର୍ଷରୁ କମ୍‌ ମହିଳା ଚାମ୍ପିୟନଶିପ୍‌ରେ ଚାମ୍ପିୟନ ଓ ରନର୍ସଅପ୍‌ ହୋଇଥିଲେ।
ଅନ୍ୟପଟେ ଯଦି ବିଶ୍ୱକପ୍‌କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଏ ତା’ହେଲେ ଏଆଇଏଫ୍‌ଏଫ୍‌ ମଧ୍ୟ ତା’ର ଜାତୀୟ କ୍ୟାମ୍ପ ଆୟୋଜନ କରି ନ ପାରେ। ଭାରତ ହେଡ୍‌ କୋଚ୍‌ ଥୋମାସ ଡେନେବି ସ୍ବିଡେନରେ ତାଙ୍କ ଘରେ ରହିଛନ୍ତି। ସେ ମାର୍ଚ୍ଚରେ ଭାରତ ଛାଡିଥିଲେ। ମାର୍ଚ୍ଚରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ପୂର୍ବରୁ ଖେଳାଳିମାନେ ସେମାନଙ୍କ ଘରକୁ ଫେରିବା ପରେ ଆଉଟ୍‌ ଡୋର ଟ୍ରେନିଂ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ଭାରତ-ପାକିସ୍ତାନ ମଧ୍ୟରେ ହେବ T20 World Cup 2026 ଫାଇନାଲ? ଜାଣନ୍ତୁ ସମ୍ପୂର୍ଣ୍ଣ ଗଣିତ

ନୂଆଦିଲ୍ଲୀ,୨୮।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ନେଇ ପ୍ରଶଂସକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଏହି ଦୁଇ ଦଳ ୨୦୨୬ ଟି୨୦ ବିଶ୍ୱକପର ଗ୍ରୁପ…

ଟି-୨୦ ବିଶ୍ୱକପ୍‌ରୁ ବିଦା ହୋଇଯିବ ପାକିସ୍ତାନ! କେବଳ ବିଜୟ ନୁହେଁ…

ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପାଇଁ ପ୍ରତିଯୋଗିତା ବହୁତ ରୋମାଞ୍ଚକର ହୋଇଗଲାଣି। ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ସହିତ ଇଂଲଣ୍ଡ ଗ୍ରୁପ ୨ରେ ଶୀର୍ଷ ସ୍ଥାନ ପକ୍କା…

କୋହଲିଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ରଶ୍ମିକା ମନ୍ଦାନା, ଫ୍ୟାନ ଫଲୋଇଙ୍ଗରେ ପଛରେ ପକାଇଲେ…

ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ବିବାହ କରିଛନ୍ତି। ଫେବୃଆରୀ ୨୬ ତାରିଖରେ ଏହି ଦମ୍ପତି ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ, ଏବଂ ପ୍ରଥମ ବିବାହ…

ଭାରତ ଯଦି ସେମିଫାଇନାଲ୍‌ରେ ପହଞ୍ଚେ, ଏହି ଟିମ୍‌ ସହ ହେବ ମୁକାବିଲା

ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକା ସୁପର ୮ ପର୍ଯ୍ୟାୟର ଗ୍ରୁପ ୧ରୁ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିସାରିଛି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri