ବିପଦ ସାଜିଛି ଭୂତଳ ପୋଲ

ଲୋଇସିଂହା,୧୪ା୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବସ୍ତି ରାସ୍ତା ରେଳୱେ ଭୂତଳ ପୋଲ ଯାତ୍ରୀଙ୍କ ପାଇଁ ବିପଦ ସଙ୍କୁଳ ହୋଇପଡିଛି। ଶିଉଳି ଯୋଗୁ ଶନିବାର ଖସି ପଡି ବସ୍ତିର ମହେଶ କର ଓ ଅନ୍ୟ ଜଣେ ଆହତ ହୋଇଛନ୍ତି। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ପୋଲ ରାସ୍ତା ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଲୋଇସିଂହା ବସ୍ତି ଫାଟକକୁ ବନ୍ଦ କରି ଭୂତଳ ପୋଲ କାର୍ଯ୍ୟକ୍ଷମ ହୋଇଛି। ଉକ୍ତ ପୋଲ ଦେଇ ଲୋଇସିଂହାବାସୀ ଏବଂ ଆଖପାଖ ଗ୍ରାମର ଲୋକେ ଦେଇ ନିୟମିତ ଯାତାୟାତ କରୁଛନ୍ତି। ପୋଲରୁ ଅହରହ ପାଣି ଝରି ସେଠାରେ ଶିଉଳି ହେଉଛି। ରେଳୱେ ତରଫରୁ ଏହାର ଉଚିତ ରକ୍ଷଣାବେକ୍ଷଣ ଓ ପରିଚାଳନା କରାଯାଉନାହିଁ। ଜଳ ନିଷ୍କାସନ ଦିନରେ ମଧ୍ୟ ସଠିକ ପରିଚାଳନା କରାଯାଉ ନ ଥିବାରୁ ବହୁ ସମୟରେ ପୋଲରେ ଆଣ୍ଠୁଏ ପାଣି ଜମି ରହିଥାଏ। ନୂଆପଡା ରାସ୍ତା ଫାଟକ ଇଣ୍ଟରଲକ ସିଷ୍ଟମ ବ୍ୟବସ୍ତା ହୋଇଥିବାରୁ ଟ୍ରେନର ଅଫ ଏବଂ ଡାଉନ ଯାତାୟତ ବେଳେ ୧୫ ମିନିଟ ପୂର୍ବରୁ ଫାଟକ ପଡି ଯାଉଛି। ବସ୍‌ଷ୍ଟାଣ୍ଡ, ବ୍ଲକ ଅଫିସ, ଡାକ୍ତରଖାନା ଏପରିକି ଦୋକାନ ବଜାର କରିବା ପାଇଁ ଲୋଇସିଂହାବାସୀ ଯାତାୟତ ପାଇଁ ଭୂତଳ ପୋଲ ରାସ୍ତା ହିଁ ଏକମାତ୍ର ବିକଳ୍ପ। ରାତି ସମୟରେ ମଧ୍ୟ ବିଦ୍ୟୁତ୍‌ ଆଲୋକ ଜଳୁନାହିଁ। ପରିଚାଳନା ଗତ ଅବ୍ୟବସ୍ଥା ଯୋଗୁ ଲୋକେ ହଟହଟା ହେବା ସହ ଦୁର୍ଘଟଣାର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri