Posted inଜାତୀୟ

ଅଗଷ୍ଟରେ ବେରୋଜଗାରୀ ହାର ୮.୩%କୁ ବୃଦ୍ଧି

ନୂଆଦିଲ୍ଲୀ,୨ା୯:ଅଗଷ୍ଟରେ ଭାରତରେ ବେରୋଜଗାରୀ ହାର ୮.୩ %କୁ ବୃଦ୍ଧି ପାଇଛି, ଯାହା ବର୍ଷକ ମଧ୍ୟରେ ସର୍ବାଧିକ। ଏହି ମାସରେ ନିଯୁକ୍ତି ୨ ନିୟୁତ ହ୍ରାସ ପାଇ ୩୯୪.୬ ନିୟୁତ ରହିଥିବା ଭାରତୀୟ ଅର୍ଥନୀତି ପର୍ଯ୍ୟବେକ୍ଷକ କେନ୍ଦ୍ର (ସିଏମ୍‌ଆଇଇ) ତଥ୍ୟରୁ ଜଣାପଡ଼ିଛି। ଜୁଲାଇରେ ବେରୋଜଗାରୀ ହାର ୬.୮% ଏବଂ ନିଯୁକ୍ତି ୩୯୭ ନିୟୁତ ଥିଲା। ଗତ ମାସରେ ସହରାଞ୍ଚଳ ବେରୋଜଗାରୀ ୯.୬%କୁ ବୃଦ୍ଧି ପାଇଥିବାବେଳେ ଗ୍ରାମାଞ୍ଚଳରେ ଏହା ୭.୭% ରହିଥିବା ସିଏମ୍‌ଆଇଇ ପରିଚାଳନା ନିର୍ଦ୍ଦେଶକ ମହେଶ ବ୍ୟାସ କହିଛନ୍ତି। ଲଗାଣ ବର୍ଷା ଯୋଗୁ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବାରୁ ଗ୍ରାମାଞ୍ଚଳରେ ବେରୋଜଗାରୀ ବଢ଼ିଥିବା କୁହାଯାଉଛି। ଚଳିତ ମାସରେ ଚାଷ କାର୍ଯ୍ୟ ବଢ଼ିବାକୁ ଥିବାରୁ ଗ୍ରାମାଞ୍ଚଳ ବେରୋଜଗାରୀ ହାର ହ୍ରାସ ପାଇପାରେ। ତେବେ ଆଗାମୀ ମାସରେ ସହରାଞ୍ଚଳ ବେରୋଜଗାରୀ ହାର କମିବା ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ।
ଅଗଷ୍ଟରେ ହରିୟାଣାରେ ବେରୋଜଗାରୀ ହାର ସର୍ବାଧିକ ୩୭.୩% ଥିବାବେଳେ ଜମ୍ମୁ-କଶ୍ମୀରରେ ୩୨.୮, ରାଜସ୍ଥାନରେ ୩୧.୪, ଝାଡ଼ଖଣ୍ଡରେ ୧୭.୩ ଏବଂ ତ୍ରିପୁରାରେ ୧୬.୩% ରହିଛି। ଅନ୍ୟପକ୍ଷରେ ଛତିଶଗଡ଼ରେ ବେରୋଜଗାରୀ ସର୍ବନିମ୍ନ ୦.୪ % ଥିବାବେଳେ ମେଘାଳୟରୋ ୨%, ମହାରାଷ୍ଟ୍ରରେ ୨.୨% ରହିଛି। ସେହିପରି ଓଡ଼ିଶା ଓ ଗୁଜରାଟରେ ବେରୋଜଗାରୀ ହାର ୨.୬ ପ୍ରତିଶତ ଥିବା ସିଏମ୍‌ଆଇଇ ତଥ୍ୟରୁ ଜଣାପଡ଼ିଛି।
ଯୁବବର୍ଗଙ୍କ ମଧ୍ୟରେ ନିଯୁକ୍ତି ହାର ୨୦.୯ରୁ ୧୦.୪% କୁ ହ୍ରାସ ପାଇଛି, ଯାହାକି ୫ ବର୍ଷ ମଧ୍ୟରେ ସର୍ବନିମ୍ନ। ଏନେଇ ଭାଜପା ଏମ୍‌ପି ବରୁଣ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ସରକାରୀ ବିଭାଗଗୁଡ଼ିକ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ କହିଥିଲେ। ଏନେଇ କୌଣସି ବିଭାଗ ଏପର୍ଯ୍ୟନ୍ତ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିନାହାନ୍ତି। ନିଯୁକ୍ତି ପାଇଁ ଯୁବସମାଜ ଆଉ କେତେଦିନ ଅପେକ୍ଷା କରିବେ ବୋଲି ବରୁଣ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri