ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଆକ୍ରମଣ

ତିର୍ତ୍ତୋଲ,୭।୫(ଡି.ଏନ.ଏ.): ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଭାବେ ଆକ୍ରମଣ କରାଯାଇଛି। ଫଳରେ ୨ ଜଣ ମହିଳା ପୋଲିସ ଅଧିକାରୀ ଆହତ ହୋଇଛନ୍ତି। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଗରେଇ ପଞ୍ଚାୟତ ଅନ୍ତର୍ଗତ ଶିରୋଳ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆହତମାନେ ହେଲେ ଏସ୍‌ଆଇ ନିଲମ ସୋରେନ ଏବଂ ଏଏସ୍‌ଆଇ ସୁଷମା ମୁଦୁଲି। ଉଭୟଙ୍କୁ ଚିକିତ୍ସା ନିମନ୍ତେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଏଏସ୍‌ଆଇ ମୁଦୁଲିଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ଥାନାରେ ମାମଲା (ନଂ.୨୧୭/୨୩)ରୁଜୁ କରାଯାଇ ଶନିବାର ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଉକ୍ତ ଗ୍ରାମର ଦେବାଶିଷ ବାରିକ, ଦୀପକ ବାରିକ, ଭାଗବତ ବାରିକ, ପ୍ରସନ୍ନ ବାରିକ ଓ ଅଲେଖ ବାହାଲିଆ।
ସୂଚନା ମୁତାବକ, ଏହି ଗ୍ରାମର ଶ୍ମଶାନ ରାସ୍ତା ତିଆରି ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯିବା ପରେ ଏପ୍ରିଲ ୬ ତାରିଖରେ ତହସିଲ କାର୍ଯ୍ୟାଳୟର ଅମିନ ଆସି ମାପଚୁପ କରିଥିଲେ। ଅଶୋକ କୁମାର ରାଉତଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟ କରାଯାଇଥିଲା। ଏହି ରାସ୍ତାକୁ ଲାଗିଥିବା ଏକ ସରକାରୀ ଜମିରେ ଗ୍ରାମର ପ୍ରସନ୍ନ କୁମାର ଲେଙ୍କା ଚାଷକାର୍ଯ୍ୟ କରୁଥିଲେ। ମାପଚୁପ ସମୟରେ ଉକ୍ତ ଜମି ଶ୍ମଶାନ ରାସ୍ତାରେ ଚିହ୍ନଟ ହୋଇଥିଲା। ଏନେଇ ପ୍ରସନ୍ନ ପ୍ରତିକ୍ରିୟାଶୀଳ ହୋଇଉଠିଥିଲେ। ମାପ ସ୍ଥାନରୁ ଲୋକେ କିଛି ସମୟ ପରେ ଦୂରକୁ ଚାଲିଯିବା ପରେ ପ୍ରସନ୍ନ ଏବଂ ତାଙ୍କ ପୁଅ ଅନିଲ ମିଶି ଅଶୋକଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇଥିଲେ। ଅଶୋକଙ୍କ ପରିବାର ସଦସ୍ୟ ଏନେଇ ପୋଲିସରେ ମାମଲା ରୁଜୁ କରିଥିଲେ। ଅପରପକ୍ଷେ ଏହାକୁ କେନ୍ଦ୍ର କରି ଗ୍ରାମର କେତେଜଣ ଲୋକ ଅଭିଯୁକ୍ତଙ୍କ ଘରେ ଭଙ୍ଗାରୁଜା ଓ ଜଳାପୋଡା କରିଥିଲେ। ଏନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣା ପରଠୁ ଅଭିଯୁକ୍ତମାନେ ଫେରାର ଥିଲେ। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ସଦଳବଳ ଶିରୋଳ ଗ୍ରାମକୁ ଯାଇଥିବାବେଳେ ସେମାନଙ୍କୁ ଆକ୍ରମଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri