୨ ଅଫିସରଙ୍କୁ ପିଟିଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ, ୨୧ା୧-ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଶୁକ୍ରବାର ବାରିପଦା ସ୍ଥିତ ତାଙ୍କ କାର୍ଯ୍ୟାଳୟକୁ ଡାକି ୨ ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଜଣଙ୍କର ହାତ ଭାଙ୍ଗିଯାଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ଉଭୟେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ(ପିଆର୍‌ଏମ୍‌)ରେ ଭର୍ତ୍ତି ହୋଇଛନ୍ତି। ଏ ସଂକ୍ରାନ୍ତରେ ସେମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ବିଭିନ୍ନ ଦଳ ପକ୍ଷରୁ ନିନ୍ଦା କରାଯାଇଛି।
ସୂଚନା ଅନୁଯାୟୀ, ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଟୁଡୁଙ୍କଠାରୁ ଡାକରା ପାଇ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ (ପ୍ଲାନିଂ) କାର୍ଯ୍ୟାଳୟର ଉପନିର୍ଦ୍ଦେଶକ ଅଶ୍ୱିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ର ଅପରାହ୍ନରେ ସାକ୍ଷାତ ପାଇଁ ମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ଆଲୋଚନା ସମୟରେ କେନ୍ଦ୍ରମନ୍ତ୍ରୀ ଉତ୍‌କ୍ଷିପ୍ତ ହୋଇ ଚେୟାର ଉଠାଇ ଦେବାଶିଷଙ୍କୁ ପିଟିଥିଲେ। ଅଶ୍ୱିନୀ ଏହାର ପ୍ରତିବାଦ କରିବା ସମୟରେ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ଦେବାଶିଷଙ୍କ ବାମହାତରେ ଶକ୍ତ ପ୍ରହାର ବାଜିବାରୁ ହାତ ଭାଙ୍ଗିଯାଇଛି। ତାଙ୍କୁ କଟକ ଡାକ୍ତରଖାନା ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି। ଘଟଣା ସମ୍ପର୍କରେ ସେ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଅବଗତ କରାଇଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ଟୁଡୁଙ୍କ ନଁାରେ ବାରିପଦା ଟାଉନ ଥାନାରେ ଦଫା ୩୨୩, ୩୨୫,୨୯୪ ଓ ୫୦୬ରେ ଏକ ମାମଲା(ନଂ.୫୦/୨୨) ରୁଜୁ ହୋଇଥିବା ଆଇଆଇସି ବୀରେନ୍ଦ୍ର ପ୍ରଧାନ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ପୂର୍ବରୁ ମଧ୍ୟ ଅଧିକାରୀମାନଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ନେଇ ମନ୍ତ୍ରୀ ଟୁଡୁ ବିବାଦୀୟ ହୋଇପଡ଼ିଥିଲେ ା କେନ୍ଦୁଝର ଓ ମୟୂରଭଞ୍ଜ ଜିଲା ଅଧିକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଓଏଏସ୍‌ ଅଫିସର ସଂଘ ପକ୍ଷରୁ କଳାବ୍ୟାଜ୍‌ ପରିଧାନ କରାଯାଇଥିଲା। ଆହତ ଅଧିକାରୀ ଦେବାଶିଷ କୁହନ୍ତି, କେନ୍ଦ୍ରମନ୍ତ୍ରୀ ତାଙ୍କୁ ଡାକି ଗାଳିଗୁଲଜ କରିଥିଲେ। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବାରୁ ଫାଇଲ ଧରି ଆସିବା ନିୟମ ବହିର୍ଭୂତ ବୋଲି କହିବା ପରେ ଉତ୍‌କ୍ଷିପ୍ତ ହୋଇ ସେ ଦଳୀୟ କର୍ମକର୍ତ୍ତାଙ୍କୁ ଶଟର ପକାଇବାକୁ କହିଥିଲେ। ପରେ ଏକ ପ୍ଳାଷ୍ଟିକ ଚେୟାର ଆଣି ବାଡ଼େଇବାକୁ ଲାଗିଲେ। ମାଡ଼ରୁ ବର୍ତ୍ତିବା ପାଇଁ ହାତ ଦେଖାଇବା ସମୟରେ ଚେୟାର ମାଡ଼ରେ ହାତ ଭାଙ୍ଗିଯାଇଥିବା କହିଛନ୍ତି। ତେବେ ଆଚରଣ ବିଧି ଲାଗୁ ହେବାପରେ ଅଧିକାରୀଙ୍କୁ ଡକାଇ ମାଡ଼ ମାରିବା ଅତ୍ୟନ୍ତ ନିନ୍ଦନୀୟ ଘଟଣା ବୋଲି କଂଗ୍ରେସର ଜିଲା ସଭାପତି ହେମନ୍ତ ଦାସ କହିଛନ୍ତି। ବିଜେଡି ବିଧାୟକ ରାଜକିଶୋର ଦାସ କୁହନ୍ତି, ଆଇନରୁ ଊର୍ଦ୍ଧ୍ୱରେ କେହି ନାହାନ୍ତି। ଜଣେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ହତ୍ୟା କରିବା ପରେ ମଧ୍ୟ ମନ୍ତ୍ରୀ ପଦରୁ ସେ ଇସ୍ତଫା ଦେଉ ନାହାନ୍ତି। କେନ୍ଦ୍ର ସରକାରଙ୍କ କାର୍ଯ୍ୟକଳାପକୁ ନେଇ ମନ୍ତ୍ରୀମାନେ ପ୍ରେରଣା ପାଇ ଆଇନକୁ ହାତମୁଠାରେ ରଖି ଏପରି କାର୍ଯ୍ୟ କରୁଛନ୍ତି। ଆଗାମୀ ଦିନରେ ସଚେତନ ନାଗରିକମାନେ ଏହାର ଉଚିତ ଜବାବ ଦେବେ। ଆଇନ ଅନୁସାରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ବୋଲି ସେ କହିଛନ୍ତି ା
ଏ ସଂକ୍ରାନ୍ତରେ କେନ୍ଦ୍ରମନ୍ତ୍ରୀ ଟୁଡୁଙ୍କୁ ପଚାରିବାରୁ ସେ ମାଡ଼ ମାରିବା ଘଟଣାକୁ ଅସ୍ବୀକାର କରିଛନ୍ତି। ଆଗକୁ ପଞ୍ଚାୟତ ନିର୍ବାଚନ ଥିବାରୁ ତାଙ୍କୁ ବଦ୍‌ନାମ କରିବା ପାଇଁ ବିରୋଧୀଙ୍କ ଏହା ଏକ ଷଡ଼ଯନ୍ତ୍ର। ଅଧିକାରୀମାନେ ରିଭ୍ୟୁ ପାଇଁ ଆସିଥିଲେ, ବ୍ୟସ୍ତ ଥିବାରୁ ମନା କରିଦେଇଥିଲି। ସେମାନେ ଫେରିଯାଇଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଦେଇ ଦିଲ୍ଲୀ ଟ୍ରେନ ଚଳାଚଳ ଦାବି: ଦାବି ପୂରଣ ନ ହେଲେ ରେଳରୋକୋ

କେନ୍ଦୁଝର,୫।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରେଳବାଇ ରାଜସ୍ବ ଆଦାୟ କ୍ଷେତ୍ରରେ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ହେଲେ ରେଳ ବିଭାଗ କେନ୍ଦୁଝର ଜିଲାକୁ...

ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ

ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ...

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri