ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ/ଉଦଳା, ୧୬।୨(ଡି.ଏନ.ଏ.) – ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ପ୍ରଚାର କରିଛନ୍ତି। ମଙ୍ଗଳବାର ସାରସକଣା ନିର୍ବାଚନମଣ୍ଡଳୀର ଖେରଣାଠାରେ ଅନୁଷ୍ଠିତ କାର୍ଯ୍ୟକର୍ତ୍ତା ବୈଠକରେ କେନ୍ଦ୍ରମନ୍ତ୍ରୀ ଟୁଡୁ ଯୋଗଦେଇ ନିର୍ବାଚନ ପାଇଁ ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ଅଞ୍ଚଳର ବିକାଶ ସହ ଲୋକଙ୍କ ମୌଳିକ ସମସ୍ୟା ସମାଧାନ ପ୍ରତି ପ୍ରାଧାନ୍ୟ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ପରେ ପୋଖରିଆ ପଞ୍ଚାୟତର ଖଡ଼ିସାହିଠାରେ ଟସର ଚାଷୀଙ୍କ ସହ ସେ ଆଲୋଚନା କରି ଟସର ବ୍ୟବସାୟ ପାଇଁ ବଜାର ସୃଷ୍ଟି କରିବାକୁ କହିଛନ୍ତି। ଶିଲଫଡି ପଞ୍ଚାୟତର ବିଭିନ୍ନ ଗ୍ରାମ ବୁଲି ଲୋକଙ୍କ ସହ ବିଚାର ବିମର୍ଶ କରିଥିଲେ। ଏହାସହ ୫୫ ଓ ୫୬ ନଂ. ଜୋନ୍‌ ଜିଲା ପରିଷଦ ପ୍ରାର୍ଥୀଙ୍କ ପ୍ରଚାର କରି କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ କହିଥିଲେ। ସାରସକଣା ବିଧାୟକ ଡା.ବୁଢାନ ମୁର୍ମୁଙ୍କ ସହ ବରିଷ୍ଠ ନେତୃବୃନ୍ଦ ପ୍ରଚାରରେ ସାମିଲ ଥିଲେ।
ଉଦଳା ବ୍ଲକର ୧ ନଂ. ଜୋନ୍‌ରେ ଆସନ୍ତା ୨୦ ତାରିଖରେ ନିର୍ବାଚନ ହେବାକୁ ଥିବାବେଳେ ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଟୁଡୁ ଏଠାରେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ଜୋନ୍‌ଟି ପୂର୍ବ ଦୁଇ ପଞ୍ଚାୟତ ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ହାତରେ ଥିଲା। ଏଣୁ ଏହି ଜୋନ୍‌କୁ ହାତେଇବା ପାଇଁ ଭାଜପା କସରତ ଚଳାଇଛି। ଏହି ଜୋନ୍‌ରୁ ନିର୍ବାଚନ ଲଢ଼ୁଥିବା ଭାଜପା ପ୍ରାର୍ଥୀ ଶିରୋମଣି ସିଂହଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଟୁଡୁ ପ୍ରଚାର କରିଛନ୍ତି। ଏହାସହ ସାଧାରଣ ବୈଠକ କରି କେନ୍ଦ୍ର ସରକାରଙ୍କ ଯୋଜନା ବିଷୟରେ ଭୋଟରଙ୍କୁ ବୁଝାଇ ଭୋଟ ନିବେଦନ କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ସହ ଉଦଳା ବିଧାୟକ ଭାସ୍କର ମଢ଼େଇ ଏବଂ ଦଳୀୟ ନେତାମାନେ ପ୍ରଚାରରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri