ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୬ା୧(ବ୍ୟୁରୋ): ଓଡ଼ିଶାକୁ ଆସୁଥିବା ତୀର୍ଥଯାତ୍ରୀଙ୍କ ଅତିଥି ସତ୍କାର କରିବାର ଦାୟିତ୍ୱ ନେବା ପାଇଁ ବୁଧବାର ନୂଆଦିଲ୍ଲୀସ୍ଥିତ ସଫଦରଜଙ୍ଗ ରେଳ ଷ୍ଟେଶନଠାରେ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଲୋକାର୍ପଣ କରାଯାଇଛି। ଜାତୀୟ ପର୍ଯ୍ୟଟନ ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ରେ ପ୍ରାୟ ୫୨୮ ଜଣ ତୀର୍ଥଯାତ୍ରୀ ବାରାଣସୀ, ବୈଦ୍ୟନାଥ, ପୁରୀ, ଭୁବନେଶ୍ୱର ଓ ଗୟା ଦେଇ ଯାତ୍ରା କରିବେ। ସେମାନେ ଶ୍ରୀମନ୍ଦିର, ଲିଙ୍ଗରାଜ, କୋଣାର୍କ, ବିଶ୍ୱନାଥ, ବୈଦ୍ୟନାଥ ମନ୍ଦିର ସମେତ ବିଷ୍ଣୁ ଭଗବାନ୍‌ଙ୍କ ପ୍ରତ୍ୟକ୍ଷ ଦର୍ଶନ କରିବାର ଲାଭ ପାଇବେ। ତେଣୁ ଓଡ଼ିଶାର ଲୋକମାନେ ଏହି ଟ୍ରେନ୍‌ରେ ରାଜ୍ୟକୁ ଭ୍ରମଣ ପାଇଁ ଆସୁଥିବା ତୀର୍ଥଯାତ୍ରୀଙ୍କର ଅତିଥି ସତ୍କାର କରିବାର ଦାୟିତ୍ୱ ନିଅନ୍ତୁ। ମହାପ୍ରଭୁଙ୍କ ଆଶୀର୍ବାଦରେ ଏହି ଟ୍ରେନ୍‌ର ଶୁଭାରମ୍ଭ ହୋଇଛି। ମହାପ୍ରଭୁଙ୍କ ଇଚ୍ଛା ବିନା କୌଣସି କାମ ସମ୍ପନ୍ନ ହୁଏନାହିଁ। ତାଙ୍କର ଅନୁମତି ବିନା ଭକ୍ତମାନେ ତାଙ୍କୁ ପ୍ରତ୍ୟକ୍ଷ ଦର୍ଶନ ପାଇପାରନ୍ତି ନାହିଁ ବୋଲି ଆମର ବିଶ୍ୱାସ ରହିଛି। ତୀର୍ଥଯାତ୍ରୀମାନେ ପର୍ଯ୍ୟଟନ ଓ ଐତିହ୍ୟ ସ୍ଥଳୀ ଭ୍ରମଣ କରିବା ସମୟରେ ସାଙ୍ଗରେ ମହାପ୍ରଭୁଙ୍କ ମହାପ୍ରସାଦ ଆଣିବା ସହ ରଘୁରାଜପୁରର ପଟ୍ଟଚିତ୍ର ଓ ସ୍ଥାନୀୟ ସାମଗ୍ରୀକୁ କିଣିବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।

ପୁରୀ ଯାଉଥିବା ଭାରତ ଗୌରବ ପର୍ଯ୍ୟଟନ ଟ୍ରେନ୍‌କୁ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ରେ ନାମିତ କରିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶାର ପର୍ଯ୍ୟଟନ ବୃଦ୍ଧି ଦିଗରେ ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଭାରତ ଗୌରବ ପର୍ଯ୍ୟଟନ ଟ୍ରେନ୍‌ର ଶୁଭାରମ୍ଭ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଦେଶର ସାଧାରଣ ନାଗରିକମାନେ କମ୍‌ ଟଙ୍କାରେ ଉଚ୍ଚକୋଟୀର ସୁବିଧା ପାଇବେ। ପ୍ରଧାନମନ୍ତ୍ରୀଙ୍କ ଦେଖୋ ଅପ୍‌ନା ଦେଶ୍‌ର କଳ୍ପନା ଦିଗରେ ଆଜିର ପଦକ୍ଷେପ ଦ୍ୱାରା ସମଗ୍ର ଭାରତବର୍ଷରେ କେବଳ ପର୍ଯ୍ୟଟନର ବିକାଶ ହେବ ନାହିଁ ବରଂ ରୋଜଗାର ମଧ୍ୟ ବଢ଼ିବ। ଓଡ଼ିଶାର ସାମାଜିକ ଜୀବନରେ ମଧ୍ୟ ସୁପ୍ରଭାବ ପଡ଼ିବ। ଏହାସହ ସ୍ଥାନୀୟ ଅଞ୍ଚଳରେ ଉତ୍ପାଦିତ ହେଉଥିବା ସାମଗ୍ରୀର ପ୍ରଚାରପ୍ରସାର ହେବା ସହ ଅର୍ଥନୀତିରେ ଅଭିବୃଦ୍ଧି ଘଟିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri