Posted inରାଜ୍ୟ

ବୀମା ରାଶି ତୁରନ୍ତ ପ୍ରଦାନ କର

ଭୁବନେଶ୍ବର, ୧୦।୧୧(ବ୍ୟୁରୋ): ଫସଲ ବୀମା ପ୍ରଦାନ କ୍ଷେତ୍ରରେ କେନ୍ଦ୍ର ସରକାର ଟାଳଟୁଳ ନୀତି ଅବଲମ୍ବନ ନ କରି ଯୁଦ୍ଧକାଳୀନ ଭିତ୍ତିରେ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରନ୍ତୁ। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ସାକ୍ଷାତକରି ଦୃଢ଼ ଦାବି କରିଛନ୍ତି। ଚାଷୀଙ୍କ କଲ୍ୟାଣ ପାଇଁ ଓଡ଼ିଶା ସରକାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ସମେତ ଅନ୍ୟ କେନ୍ଦ୍ରୀୟ କ୍ଷେତ୍ର ଯୋଜନାଗୁଡ଼ିକୁ କାର୍ଯ୍ୟକାରୀ କରୁଛନ୍ତି। ଓଡ଼ିଶା ଏକ ବିପର୍ଯ୍ୟୟପ୍ରବଣ ରାଜ୍ୟ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ରାଜ୍ୟର ଚାଷୀଙ୍କ ପାଇଁ ବିପଦ ହ୍ରାସ କରିବାର ଏକ ପ୍ରମୁଖ କାର୍ଯ୍ୟକ୍ରମ। ଏନ୍‌ଡିଆର୍‌ଏଫ୍‌/ଏସ୍‌ଡିଆର୍‌ଏଫ୍‌ ନିୟମ ଅନୁଯାୟୀ ଚାଷୀଙ୍କୁ ଏହି ସହାୟତା ପ୍ରଦାନ କରାଯାଉଛି। ୨୦୧୬ରୁ ରାଜ୍ୟ ସରକାର ଏହି ଯୋଜନାକୁ ନିଷ୍ଠାପର ଭାବେ କାର୍ଯ୍ୟକାରୀ କରୁଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ବୈଷୟିକ ହସ୍ତକ୍ଷେପ ଗ୍ରହଣ କରାଯାଉଛି। ଏଠାରେ ଉଲ୍ଲେଖଯୋଗ୍ୟ, ପ୍ରିମିୟମ ସବ୍‌ସିଡିର ଅର୍ଥରାଶି ପ୍ରତିବର୍ଷ ବଢ଼ୁଥିବା ସତ୍ତ୍ବେ ବୀମା କମ୍ପାନୀଗୁଡ଼ିକୁ ପ୍ରିମିୟମ ସବ୍‌ସିଡି ଅର୍ଥରାଶି ପ୍ରଦାନ କ୍ଷେତ୍ରରେ ରାଜ୍ୟ ସରକାର ସବୁବେଳେ ନିର୍ଦ୍ଧାରିତ ସମୟସୀମାକୁ ମାନି ଆସିଛନ୍ତି। ୨୦୨୧ ଖରିଫ୍‌ ଋତୁରେ ବୀମା କମ୍ପାନୀଗୁଡ଼ିକ ୨୬୩ ବୀମା ୟୁନିଟ୍‌ରେ (ଗ୍ରାମପଞ୍ଚାୟତ/ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା) ଫସଲ କଟା ଉପରେ ଆପତ୍ତି ଉଠାଇଥିଲେ। ଚାଷୀଙ୍କ ବୀମା ଦାବିକୁ ଅଟକାଇ ରଖିଥିଲେ। ରାଜ୍ୟସ୍ତରୀୟ କମିଟିର ହସ୍ତକ୍ଷେପ ପରେ କେବଳ ୩୮ ବୀମା ୟୁନିଟ୍‌ ପାଇଁ ବୀମା ରାଶି ମଞ୍ଜୁର ହୋଇଥିଲା। ଯଦିଓ ରାଜ୍ୟ ସରକାର ସମସ୍ତ ବୀମା ୟୁନିଟ୍‌ ସମ୍ବନ୍ଧୀୟ ମାମଲାର ବିସ୍ତୃତ ବିଶ୍ଳେଷଣ କରିଥିଲେ ତଥାପି ଅବଶିଷ୍ଟ ୨୨୫ଟି ବୀମା ୟୁନିଟ୍‌ ସମ୍ବନ୍ଧୀୟ ବୀମା ରାଶି ପ୍ରଦାନକୁ ବୀମା କମ୍ପାନୀ ଅଟକାଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ବିରୋଧରେ କେନ୍ଦ୍ର ସରକାରଙ୍କ ବୈଷୟିକ ପରାମର୍ଶଦାତା କମିଟିକୁ ଲେଖିଥିଲେ। ଏହି ୨୨୫ ମାମଲା ମଧ୍ୟରୁ ବୈଷୟିକ ପରାମର୍ଶଦାତା କମିଟି ୧୮୯ ମାମଲାର ଶୁଣାଣି ଗତ ୩ରେ ସରିଛି। ବୈଠକରେ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହା ରାଜ୍ୟର ଅନେକ ଚାଷୀଙ୍କ ସମସ୍ୟାର ସମାଧାନ କରୁନାହିଁ। ତେଣୁ ବୀମା ରାଶି ତୁରନ୍ତ ପ୍ରଦାନ କରିବାକୁ ବୈଷୟିକ ପରାମର୍ଶଦାତା କମିଟିକୁ ନିର୍ଦ୍ଦେଶ ଦେବାକୁ ମନ୍ତ୍ରୀ ତୋମାରଙ୍କ ନିକଟରେ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri