Posted inରାଜ୍ୟ

ବୀମା ରାଶି ତୁରନ୍ତ ପ୍ରଦାନ କର

ଭୁବନେଶ୍ବର, ୧୦।୧୧(ବ୍ୟୁରୋ): ଫସଲ ବୀମା ପ୍ରଦାନ କ୍ଷେତ୍ରରେ କେନ୍ଦ୍ର ସରକାର ଟାଳଟୁଳ ନୀତି ଅବଲମ୍ବନ ନ କରି ଯୁଦ୍ଧକାଳୀନ ଭିତ୍ତିରେ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରନ୍ତୁ। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ସାକ୍ଷାତକରି ଦୃଢ଼ ଦାବି କରିଛନ୍ତି। ଚାଷୀଙ୍କ କଲ୍ୟାଣ ପାଇଁ ଓଡ଼ିଶା ସରକାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ସମେତ ଅନ୍ୟ କେନ୍ଦ୍ରୀୟ କ୍ଷେତ୍ର ଯୋଜନାଗୁଡ଼ିକୁ କାର୍ଯ୍ୟକାରୀ କରୁଛନ୍ତି। ଓଡ଼ିଶା ଏକ ବିପର୍ଯ୍ୟୟପ୍ରବଣ ରାଜ୍ୟ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ରାଜ୍ୟର ଚାଷୀଙ୍କ ପାଇଁ ବିପଦ ହ୍ରାସ କରିବାର ଏକ ପ୍ରମୁଖ କାର୍ଯ୍ୟକ୍ରମ। ଏନ୍‌ଡିଆର୍‌ଏଫ୍‌/ଏସ୍‌ଡିଆର୍‌ଏଫ୍‌ ନିୟମ ଅନୁଯାୟୀ ଚାଷୀଙ୍କୁ ଏହି ସହାୟତା ପ୍ରଦାନ କରାଯାଉଛି। ୨୦୧୬ରୁ ରାଜ୍ୟ ସରକାର ଏହି ଯୋଜନାକୁ ନିଷ୍ଠାପର ଭାବେ କାର୍ଯ୍ୟକାରୀ କରୁଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ବୈଷୟିକ ହସ୍ତକ୍ଷେପ ଗ୍ରହଣ କରାଯାଉଛି। ଏଠାରେ ଉଲ୍ଲେଖଯୋଗ୍ୟ, ପ୍ରିମିୟମ ସବ୍‌ସିଡିର ଅର୍ଥରାଶି ପ୍ରତିବର୍ଷ ବଢ଼ୁଥିବା ସତ୍ତ୍ବେ ବୀମା କମ୍ପାନୀଗୁଡ଼ିକୁ ପ୍ରିମିୟମ ସବ୍‌ସିଡି ଅର୍ଥରାଶି ପ୍ରଦାନ କ୍ଷେତ୍ରରେ ରାଜ୍ୟ ସରକାର ସବୁବେଳେ ନିର୍ଦ୍ଧାରିତ ସମୟସୀମାକୁ ମାନି ଆସିଛନ୍ତି। ୨୦୨୧ ଖରିଫ୍‌ ଋତୁରେ ବୀମା କମ୍ପାନୀଗୁଡ଼ିକ ୨୬୩ ବୀମା ୟୁନିଟ୍‌ରେ (ଗ୍ରାମପଞ୍ଚାୟତ/ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା) ଫସଲ କଟା ଉପରେ ଆପତ୍ତି ଉଠାଇଥିଲେ। ଚାଷୀଙ୍କ ବୀମା ଦାବିକୁ ଅଟକାଇ ରଖିଥିଲେ। ରାଜ୍ୟସ୍ତରୀୟ କମିଟିର ହସ୍ତକ୍ଷେପ ପରେ କେବଳ ୩୮ ବୀମା ୟୁନିଟ୍‌ ପାଇଁ ବୀମା ରାଶି ମଞ୍ଜୁର ହୋଇଥିଲା। ଯଦିଓ ରାଜ୍ୟ ସରକାର ସମସ୍ତ ବୀମା ୟୁନିଟ୍‌ ସମ୍ବନ୍ଧୀୟ ମାମଲାର ବିସ୍ତୃତ ବିଶ୍ଳେଷଣ କରିଥିଲେ ତଥାପି ଅବଶିଷ୍ଟ ୨୨୫ଟି ବୀମା ୟୁନିଟ୍‌ ସମ୍ବନ୍ଧୀୟ ବୀମା ରାଶି ପ୍ରଦାନକୁ ବୀମା କମ୍ପାନୀ ଅଟକାଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ବିରୋଧରେ କେନ୍ଦ୍ର ସରକାରଙ୍କ ବୈଷୟିକ ପରାମର୍ଶଦାତା କମିଟିକୁ ଲେଖିଥିଲେ। ଏହି ୨୨୫ ମାମଲା ମଧ୍ୟରୁ ବୈଷୟିକ ପରାମର୍ଶଦାତା କମିଟି ୧୮୯ ମାମଲାର ଶୁଣାଣି ଗତ ୩ରେ ସରିଛି। ବୈଠକରେ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହା ରାଜ୍ୟର ଅନେକ ଚାଷୀଙ୍କ ସମସ୍ୟାର ସମାଧାନ କରୁନାହିଁ। ତେଣୁ ବୀମା ରାଶି ତୁରନ୍ତ ପ୍ରଦାନ କରିବାକୁ ବୈଷୟିକ ପରାମର୍ଶଦାତା କମିଟିକୁ ନିର୍ଦ୍ଦେଶ ଦେବାକୁ ମନ୍ତ୍ରୀ ତୋମାରଙ୍କ ନିକଟରେ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri