ଅପପୁଷ୍ଟି ଅଞ୍ଚଳର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ସୁକିନ୍ଦା ବ୍ଲକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଆଦି ମୌଳିକ ସମସ୍ୟାର ସମାଧାନ ଏଯାଏ ସମ୍ପୂର୍ଣ୍ଣ ମାତ୍ରାରେ ସଫଳ ହୋଇପାରିନାହିଁ। ଏହାସହ ଏହି ଅଞ୍ଚଳରେ ଆଦିବାସୀ ପରିବାରରେ ଅପପୁଷ୍ଟି ଏବେ ବି ଦେଖାଯାଉଛି। ଅଞ୍ଚଳର ଅଧିକାଂଶ ଗ୍ରାମାଞ୍ଚଳ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଭିନ୍ନ ଯୋଜନାରେ ନିର୍ମାଣାଧୀନ ପ୍ରକଳ୍ପଗୁଡ଼ିକ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ମେଗା ଜଳଯୋଗାଣ ପ୍ରକଳ୍ପ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟରେ ଲାଗିନାହିଁ। ତେଣୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଶନିବାର ଦୁଇଦିନିଆ ଯାଜପୁର ଜିଲା ଗସ୍ତରେ ଆସି ସୁକିନ୍ଦା ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଜିଲା ପ୍ରଦକ୍ଷଣ ଭବନଠାରେ ସେ ପହଞ୍ଚିବା ପରେ ତାଙ୍କୁ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସ୍ବାଗତ କରି ଜିଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ବନ୍ଧରେ ଅବଗତ କରାଇଥିଲେ। ଶନିବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ମନ୍ତ୍ରୀ ମୁଣ୍ଡା ଜିଲାପାଳ ରାଠୋର ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଏବଂ ଜନଜାତିମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଭିନ୍ନ ଅଗ୍ରଣୀ କାର୍ଯ୍ୟକ୍ରମ ସମ୍ବନ୍ଧରେ ସମୀକ୍ଷା କରିଥିଲେ। ଜିଲାପାଳ ରାଠୋର ପାୱାର ପଏଣ୍ଟ ମାଧ୍ୟମରେ ମନ୍ତ୍ରୀଙ୍କୁ ଜନଜାତି ବହୁଳ ଦାନଗଦି ଓ ସୁକିନ୍ଦା ବ୍ଳକରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା, ସ୍ବାସ୍ଥ୍ୟ, ଜୀବନଜୀବିକା ମିଶନ କାର୍ଯ୍ୟକ୍ରମ, ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା, ଜଳସେଚନ, କୃଷି, ମାତୃ ଓ ଶିଶୁ ମଙ୍ଗଳ କାର୍ଯ୍ୟକ୍ରମ, ଶିଶୁ ମାତୃ ପୁଷ୍ଟିବର୍ଦ୍ଧକ କାର୍ଯ୍ୟକ୍ରମ, ବିଶୁଦ୍ଧ ପାନୀୟ ଜଳ, ଜଳଛାୟା ପ୍ରକଳ୍ପ, ସମନ୍ବିତ କୃଷି, ସୁଷମ ବଣ୍ଟନ ବ୍ୟବସ୍ଥାରେ ରାଶନ କାର୍ଡ ଯୋଗାଣ, ଅନ୍ତ୍ୟୋଦ୍ୱୟ ଅନ୍ନ ଯୋଜନା, ଟସର ପ୍ରକଳ୍ପ ଏବଂ ଆତ୍ମନିଯୁକ୍ତି ଆଦି ଅଗ୍ରଗତି ଯୋଜନାର ସଫଳ ରୂପାୟନ ଦିଗରେ ଉପସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯାଜପୁର ଜିଲା ୯୫% ସଫଳତା ପାଇଥିବାରୁ ଏବଂ ୨ଜଣ ମହିଳା ସଲିଳା ଯେନା ଓ ବିଷ୍ଣୁପ୍ରିୟା ମହାକୁଡ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବଚ୍ଛ ସୁଜଳ ଶକ୍ତି ସମ୍ମାନ ପାଇଥିବାରୁ ମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ସଚିନ ସୌରଭ, ଏପିଏସ୍‌ ସନ୍ଦୀପ ମୁଖାର୍ଜୀ, ବ୍ୟକ୍ତିଗତ ସହାୟକ ସୁଧାକର ଚୌଧୁରୀ, ଅତିରିକ୍ତ ଜିଲାପାଳ ଦୁଃଖବନ୍ଧୁ ନାୟକ, ଅତିିରିକ୍ତ ଜିଲାପାଳ (ରାଜସ୍ବ) ଦିବ୍ୟଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ଅଶୋକ କୁମାର ବେଉରିଆ, ଜିଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ପ୍ରମୁଖ ଯୋଗଦେଇଥିଲେ। ପରେ ମନ୍ତ୍ରୀ ବିଞ୍ଝାରପୁର ବ୍ଳକ କ୍ଷେତ୍ର ପରିଦର୍ଶନରେ ଯାଇଥିଲେ। ରବିବାର ମନ୍ତ୍ରୀ ମୁଣ୍ଡା ସୁକିନ୍ଦା, ବରୁଣ୍ଡେଇ, ବରୀ, ରତ୍ନଗିରି ଆଦି କ୍ଷେତ୍ର ପରିଦର୍ଶନର କାର୍ଯ୍ୟକ୍ରମ ଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ମନ୍‌କି ବାତ୍‌ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନୂଆଦିଲ୍ଲୀ ଫେରିିଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri