ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ସୁକିନ୍ଦା ବ୍ଲକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଆଦି ମୌଳିକ ସମସ୍ୟାର ସମାଧାନ ଏଯାଏ ସମ୍ପୂର୍ଣ୍ଣ ମାତ୍ରାରେ ସଫଳ ହୋଇପାରିନାହିଁ। ଏହାସହ ଏହି ଅଞ୍ଚଳରେ ଆଦିବାସୀ ପରିବାରରେ ଅପପୁଷ୍ଟି ଏବେ ବି ଦେଖାଯାଉଛି। ଅଞ୍ଚଳର ଅଧିକାଂଶ ଗ୍ରାମାଞ୍ଚଳ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଭିନ୍ନ ଯୋଜନାରେ ନିର୍ମାଣାଧୀନ ପ୍ରକଳ୍ପଗୁଡ଼ିକ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ମେଗା ଜଳଯୋଗାଣ ପ୍ରକଳ୍ପ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟରେ ଲାଗିନାହିଁ। ତେଣୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଶନିବାର ଦୁଇଦିନିଆ ଯାଜପୁର ଜିଲା ଗସ୍ତରେ ଆସି ସୁକିନ୍ଦା ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଜିଲା ପ୍ରଦକ୍ଷଣ ଭବନଠାରେ ସେ ପହଞ୍ଚିବା ପରେ ତାଙ୍କୁ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସ୍ବାଗତ କରି ଜିଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ବନ୍ଧରେ ଅବଗତ କରାଇଥିଲେ। ଶନିବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ମନ୍ତ୍ରୀ ମୁଣ୍ଡା ଜିଲାପାଳ ରାଠୋର ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଏବଂ ଜନଜାତିମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଭିନ୍ନ ଅଗ୍ରଣୀ କାର୍ଯ୍ୟକ୍ରମ ସମ୍ବନ୍ଧରେ ସମୀକ୍ଷା କରିଥିଲେ। ଜିଲାପାଳ ରାଠୋର ପାୱାର ପଏଣ୍ଟ ମାଧ୍ୟମରେ ମନ୍ତ୍ରୀଙ୍କୁ ଜନଜାତି ବହୁଳ ଦାନଗଦି ଓ ସୁକିନ୍ଦା ବ୍ଳକରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା, ସ୍ବାସ୍ଥ୍ୟ, ଜୀବନଜୀବିକା ମିଶନ କାର୍ଯ୍ୟକ୍ରମ, ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା, ଜଳସେଚନ, କୃଷି, ମାତୃ ଓ ଶିଶୁ ମଙ୍ଗଳ କାର୍ଯ୍ୟକ୍ରମ, ଶିଶୁ ମାତୃ ପୁଷ୍ଟିବର୍ଦ୍ଧକ କାର୍ଯ୍ୟକ୍ରମ, ବିଶୁଦ୍ଧ ପାନୀୟ ଜଳ, ଜଳଛାୟା ପ୍ରକଳ୍ପ, ସମନ୍ବିତ କୃଷି, ସୁଷମ ବଣ୍ଟନ ବ୍ୟବସ୍ଥାରେ ରାଶନ କାର୍ଡ ଯୋଗାଣ, ଅନ୍ତ୍ୟୋଦ୍ୱୟ ଅନ୍ନ ଯୋଜନା, ଟସର ପ୍ରକଳ୍ପ ଏବଂ ଆତ୍ମନିଯୁକ୍ତି ଆଦି ଅଗ୍ରଗତି ଯୋଜନାର ସଫଳ ରୂପାୟନ ଦିଗରେ ଉପସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯାଜପୁର ଜିଲା ୯୫% ସଫଳତା ପାଇଥିବାରୁ ଏବଂ ୨ଜଣ ମହିଳା ସଲିଳା ଯେନା ଓ ବିଷ୍ଣୁପ୍ରିୟା ମହାକୁଡ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବଚ୍ଛ ସୁଜଳ ଶକ୍ତି ସମ୍ମାନ ପାଇଥିବାରୁ ମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ସଚିନ ସୌରଭ, ଏପିଏସ୍ ସନ୍ଦୀପ ମୁଖାର୍ଜୀ, ବ୍ୟକ୍ତିଗତ ସହାୟକ ସୁଧାକର ଚୌଧୁରୀ, ଅତିରିକ୍ତ ଜିଲାପାଳ ଦୁଃଖବନ୍ଧୁ ନାୟକ, ଅତିିରିକ୍ତ ଜିଲାପାଳ (ରାଜସ୍ବ) ଦିବ୍ୟଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ଅଶୋକ କୁମାର ବେଉରିଆ, ଜିଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ପ୍ରମୁଖ ଯୋଗଦେଇଥିଲେ। ପରେ ମନ୍ତ୍ରୀ ବିଞ୍ଝାରପୁର ବ୍ଳକ କ୍ଷେତ୍ର ପରିଦର୍ଶନରେ ଯାଇଥିଲେ। ରବିବାର ମନ୍ତ୍ରୀ ମୁଣ୍ଡା ସୁକିନ୍ଦା, ବରୁଣ୍ଡେଇ, ବରୀ, ରତ୍ନଗିରି ଆଦି କ୍ଷେତ୍ର ପରିଦର୍ଶନର କାର୍ଯ୍ୟକ୍ରମ ଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ମନ୍କି ବାତ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନୂଆଦିଲ୍ଲୀ ଫେରିିଯିବା କାର୍ଯ୍ୟକ୍ରମ ରହିଛି।
Posted inHome Left, ଆମ ଜିଲା ଖବର, ଯାଜପୁର View All
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…
ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ
ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…
ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…
ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ
ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

