କୁଲଡ଼ିହା ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ଦୀର୍ଘ ଏକ ସପ୍ତାହରୁ ଊର୍ଦ୍ଧ୍ୱ ହେବ ନିଆଁ ଲାଗି ବୃକ୍ଷଲତା ପୋଡି ପାଉଁଶ ହୋଇଯାଇଛି। ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଶୁକ୍ରବାର ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ପହଞ୍ଚିଛନ୍ତି। ସେ କୁଲଡ଼ିହା, ଶିମିଳିପାଳ ଓ ଅନ୍ୟ ଜଙ୍ଗଲରେ ନିଆଁ ଲାଗିବା ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ବାରମ୍ବାର ବିଭିନ୍ନ ଗଣମାଧ୍ୟମ ଏବଂ ସୋସିଆଲ ମିଡିଆରେ ସ୍ବର ଉଠିବା ପରେ ପ୍ରଶାସନିକ ସ୍ତରରେ ବ୍ୟାପକ ଭାବେ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ କେନ୍ଦ୍ରମନ୍ତ୍ରୀ ଷଡଙ୍ଗୀ କୁଲଡ଼ିହା ପାଦଦେଶ ଅଞ୍ଚଳରେ ରହୁଥିବା ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ସେ ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା, ଏସିଏଫ୍‌ଓ ଶରତ ଚନ୍ଦ୍ର ବେହେରା, କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ର, ନୀଳଗିରି ରେଞ୍ଜର ମନୱାର ଖାନ, ଚନ୍ଦ୍ରବିନ୍ଦୁ ଦାସ, ପ୍ରବୀଣ ନାୟକ, କରୁଣାକର ପଣ୍ଡା ପ୍ରମୁଖଙ୍କ ସହ ମିଶି କୁଲଡ଼ିହା ଅଭୟାରଣ୍ୟର ବନାଞ୍ଚଳ ଅନ୍ତର୍ଗତ ତେଣ୍ଡା, କୁଲଡ଼ିହା, ରିଷିୟା ଆଦି ବିଭିନ୍ନ ଅଞ୍ଚଳ ବୁଲି ଦେଖିଥିଲେ।
କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ ଭିତରୁ ୨୦୫ଟି ସ୍ଥାନ ୧୧୬.୫ ହେକ୍ଟର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ସୂଚନା ରହିଛି। ହଜାର ହଜାର ବୃକ୍ଷଲତା ପୋଡ଼ି ପାଉଁଶ ହୋଇଯାଇଥିବାରୁ ତୃଣଭୋଜି ଜୀବଙ୍କ ଖାଦ୍ୟ ପାଇଁ ବନବିଭାଗ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଘଞ୍ଚ ସବୁଜ ଜଙ୍ଗଲ ପ୍ରକୃତିର ଏକ ଅମୂଲ୍ୟ ସମ୍ପଦ। କିନ୍ତୁ ବିଗତ କିଛିଦିନ ହେଲାଣି କେତେଜଣ ନ୍ୟସ୍ତ ସ୍ବାର୍ଥପର ଲୋକ ନିଜର ସ୍ବାର୍ଥ ପାଇଁ ଅଗ୍ନି ସଂଯୋଗ କରି ଏହାକୁ ନଷ୍ଟ କରିବାରୁ ହୀନଚକ୍ରାନ୍ତ କରୁଛନ୍ତି ଯାହା ଅତ୍ୟନ୍ତ ନିନ୍ଦନୀୟ ଏବଂ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା ପାଇଁ ଏକା ବନବିଭାଗ ପାରିବନି ଏଣୁ ବନାଞ୍ଚଳବାସୀଙ୍କ ସହଯୋଗ ଆବଶ୍ୟକ ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଥିଲେ। ଅଭୟାରଣ୍ୟରେ ନିଆଁ ଲିଭିଯାଇଥିବା ବେଳେ ଜଙ୍ଗଲରେ ଗତ ଗତ ମାର୍ଚ୍ଚ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବା ପାଇଁ ରାତିଦିନ ପରିଶ୍ରମ କରୁଥିବା ଦେଖି ବନକର୍ମଚାରୀମାନଙ୍କୁ ସାଧୁବାଦ ଜଣାଇଥିଲେ। ସେହିପରି ବନବିଭାଗରେ କର୍ମଚାରୀ ଆବଶ୍ୟକ ଅନୁସାରେ ନ ଥିବା ବେଳେ ସରକାର ଏଥିପ୍ରତି ଯନତ୍ବାନ ହେବାକୁ କହିଥିଲେ। ପାଣି ସଂରକ୍ଷଣ ପାଇଁ ଚେକଡ୍ୟାମ୍‌ର ଆବଶ୍ୟକ ଥିବା କହିବା ସହ ଅନେକ ଉନ୍ନୟନମୂଳକ କାର୍ଯ୍ୟର ଆବଶ୍ୟକତା ଥିବା କହିଛନ୍ତି। ଏଥିସହିତ ବନାଗ୍ନି କ୍ଷୟକ୍ଷତି ରିପୋର୍ଟ ରାଜ୍ୟ ଓ କେନ୍ଦ୍ରକୁ ଦେବେ ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri