‘ୟାସ୍‌’ ମୁକାବିଲା ସମୀକ୍ଷା କଲେ ୩ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋଏଲ ଏବଂ ମନସୁଖ ମାଣ୍ଡଭୀୟଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ା ଓଡ଼ିଶାରେ ‘ୟାସ୍‌’ ର ମୁକାବିଲା ପାଇଁ ଭାରତ ସରକାରଙ୍କ ସବୁ ବିଭାଗ ସତର୍କ ଓ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ଅଛନ୍ତି ଏବଂ ଜରୁରିକାଳୀନ ପରିସ୍ଥିତିକୁ ମୁକାବିଲା ଲାଗି ରାଜ୍ୟରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପକ୍ଷରୁ ୫୨ ଟିମ୍‌ ମୁତୟନ କରାଯାଇଛି ବୋଲି ଉଚ୍ଚସ୍ତରୀୟ ବୈଠକ ପରେ ଧର୍ମେନ୍ଦ୍ର ସୂଚନା ଦେଇଛନ୍ତି ା
କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସଂସ୍ଥା ସମୂହ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡର ସରକାରଙ୍କ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ। ଭାରତ ସରକାରଙ୍କ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା(ଏନ୍‌ଡିଏମ୍‌ଏ), ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ(ଏନ୍‌ଡିଆର୍‌ଏଫ୍‌), ଭାରତୀୟ ପାଣିପାଗ ବିଭାଗ, ବନ୍ଦର, ଜାହାଜ ଏବଂ ଜଳପଥ ମନ୍ତ୍ରଣାଳୟ, ଭାରତୀୟ ତଟରକ୍ଷା ବାହିନୀ, ଭାରତୀୟ ନୌସେନା, ପେଟ୍ରୋଲିୟମ ଏବଂ ଗ୍ୟାସ୍‌ ମନ୍ତ୍ରଣାଳୟ, ବ୍ୟବସାୟ ସଂଘର ପ୍ରତିନିଧି ଯଥା ଏଫ୍‌ସିସିଆଇ ଏବଂ ଆସୋଚାମ୍‌ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ। ଏନେଇ ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି, ଜରୁରିକାଳୀନ ପରିସ୍ଥିତିକୁ ମୁକାବିଲା ଲାଗି ଓଡ଼ିଶାରେ ୫୨ ଟିମ୍‌ ସମେତ ୫ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ୯୯ଟି ଟିମ୍‌ ଏନ୍‌ଡିଆର୍‌ଏଫ୍‌ ଦ୍ୱାରା ମୁତୟନ କରାଯାଇଛି। ୟାସ୍‌କୁ ଦୃଷ୍ଟିରେ ରଖି ରିଲିଫ୍‌ ଏବଂ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ମୟୂରଭଞ୍ଜ ଏବଂ ଯାଜପୁରରେ ଏହି ଟିମ୍‌ଗୁଡ଼ିକୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri