ଉପବାସ ରହିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ବାଲେଶ୍ୱର ଅଫିସ/ ସଜନାଗଡ଼,୬।୫(ଡି.ଏନ.ଏ.) ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଘୋଷଣା ପରେ ଭାଜପା କାର୍ଯ୍ୟକର୍ତ୍ତା ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଉପରେ ତୃଣମୂଳ କଂଗ୍ରେସ କର୍ମୀ ହିଂସାତ୍ମକ ଆକ୍ରମଣ କରୁଛନ୍ତି। ଦେଶର କୌଣସି ଅଞ୍ଚଳରେ ଏଭଳି ହିଂସା କଳ୍ପନାଯୋଗ୍ୟ ନୁହେଁ ବୋଲି ଅଣୁ, କ୍ଷୁଦ୍ର, ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ, ଦୁଗ୍ଧ ଉପତ୍ାଦନ ବିଭାଗର କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି। ପଶ୍ଚିମବଙ୍ଗରେ ଆଇନ ଶୃଙ୍ଖଳାକୁ ବିରୋଧ କରି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ତାଙ୍କର ନୀଳଗିରି ଗୋପୀନାଥପୁର ସ୍ଥିତ ବାସଭବନରେ ବୁଧବାର ପୂର୍ବାହ୍ନରୁ ଉପବାସ କରି ଧାରଣା ଦେଇଛନ୍ତି। ଗୁରୁବାର ସେ ମୌନବ୍ରତ କରିବେ। ନୀଳଗିରିର ଭାଜପା କାର୍ଯ୍ୟକର୍ତ୍ତାମାନେ ମଧ୍ୟ ଉପବାସ ଓ ଧାରଣାରେ ସାମିଲ ହୋଇଛନ୍ତି। ସେହିପରି ଜିଲା ଅଫିସ୍‌ରେ କେତେକ କର୍ମୀଙ୍କ ସହ ଜିଲାସଭାପତି ଉମାକାନ୍ତ ମହାପାତ୍ର, ବାଲେଶ୍ୱର ନିର୍ବାଚନମଣ୍ଡଳୀ ଅଫିସ୍‌ରେ କର୍ମୀମାନଙ୍କ ସହ ରାଜ୍ୟ ଭାଜପା ଯୁବମୋର୍ଚ୍ଚା ଉପ-ସଭାପତି ମାନସ କୁମାର ଦତ୍ତ ଉପବାସ ଓ ଧାରଣା ଦେଇଥିଲେ। ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ଜୟନାରାୟଣ ମହାନ୍ତି, ପଦ୍ମଲୋଚନ ପଣ୍ଡା, ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ ପ୍ରମୁଖ ବହୁ ବରିଷ୍ଠ ଓ ଦଳୀୟ କାର୍ଯ୍ୟକର୍ତ୍ତା ନିଜ ନିଜ ବାସଭବନରେ ଉପବାସ ରହି ପ୍ରତିବାଦ ସଭା ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri