ଉପବାସ ରହିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ବାଲେଶ୍ୱର ଅଫିସ/ ସଜନାଗଡ଼,୬।୫(ଡି.ଏନ.ଏ.) ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଘୋଷଣା ପରେ ଭାଜପା କାର୍ଯ୍ୟକର୍ତ୍ତା ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଉପରେ ତୃଣମୂଳ କଂଗ୍ରେସ କର୍ମୀ ହିଂସାତ୍ମକ ଆକ୍ରମଣ କରୁଛନ୍ତି। ଦେଶର କୌଣସି ଅଞ୍ଚଳରେ ଏଭଳି ହିଂସା କଳ୍ପନାଯୋଗ୍ୟ ନୁହେଁ ବୋଲି ଅଣୁ, କ୍ଷୁଦ୍ର, ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ, ଦୁଗ୍ଧ ଉପତ୍ାଦନ ବିଭାଗର କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି। ପଶ୍ଚିମବଙ୍ଗରେ ଆଇନ ଶୃଙ୍ଖଳାକୁ ବିରୋଧ କରି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ତାଙ୍କର ନୀଳଗିରି ଗୋପୀନାଥପୁର ସ୍ଥିତ ବାସଭବନରେ ବୁଧବାର ପୂର୍ବାହ୍ନରୁ ଉପବାସ କରି ଧାରଣା ଦେଇଛନ୍ତି। ଗୁରୁବାର ସେ ମୌନବ୍ରତ କରିବେ। ନୀଳଗିରିର ଭାଜପା କାର୍ଯ୍ୟକର୍ତ୍ତାମାନେ ମଧ୍ୟ ଉପବାସ ଓ ଧାରଣାରେ ସାମିଲ ହୋଇଛନ୍ତି। ସେହିପରି ଜିଲା ଅଫିସ୍‌ରେ କେତେକ କର୍ମୀଙ୍କ ସହ ଜିଲାସଭାପତି ଉମାକାନ୍ତ ମହାପାତ୍ର, ବାଲେଶ୍ୱର ନିର୍ବାଚନମଣ୍ଡଳୀ ଅଫିସ୍‌ରେ କର୍ମୀମାନଙ୍କ ସହ ରାଜ୍ୟ ଭାଜପା ଯୁବମୋର୍ଚ୍ଚା ଉପ-ସଭାପତି ମାନସ କୁମାର ଦତ୍ତ ଉପବାସ ଓ ଧାରଣା ଦେଇଥିଲେ। ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ଜୟନାରାୟଣ ମହାନ୍ତି, ପଦ୍ମଲୋଚନ ପଣ୍ଡା, ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ ପ୍ରମୁଖ ବହୁ ବରିଷ୍ଠ ଓ ଦଳୀୟ କାର୍ଯ୍ୟକର୍ତ୍ତା ନିଜ ନିଜ ବାସଭବନରେ ଉପବାସ ରହି ପ୍ରତିବାଦ ସଭା ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

ଇପିଏଫ୍‌ ପେନସନଭୋଗୀ ସଂଘର ବଡ଼ ନିଷ୍ପତ୍ତି

ରୂପସା,୧୧।୪(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ପୋଡାଡ଼ିହାସ୍ଥିତ ଆମ ଗାଁ ନର୍ସରୀ ପରିସରରେ ବୁଧବାର ଅଲ୍‌ ଓଡ଼ିଶା ପେନସନଭୋଗୀ ସଂଘର ବାଲେଶ୍ୱର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri