ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଯୁକ୍ତ କିଷାନ ମୋର୍ଚ୍ଚା

ଭୁବନେଶ୍ୱର,୫।୧(ବ୍ୟୁରୋ): ଜିନ୍ଦଲ କମ୍ପାନୀର ସ୍ବାର୍ଥ ପାଇଁ ପୋଲିସ ଜନସାଧାରଣଙ୍କ ଉପରେ ଅତ୍ୟାଚାର କରୁଛି। ଜଗତ୍‌ସିଂହପୁର ଜିଲାର ଢ଼ିଙ୍କିଆ ଅଞ୍ଚଳରେ ପୋଲିସ ଗ୍ରାମକୁ ଘେରାବନ୍ଦୀ କରି ପାନବରଜ ଦଖଲ, ରାତିଅଧିଆ ଗିରଫଦାରି, ଲୋକଙ୍କ ସ୍ବାଭାବିକ ଯାତାୟାତ ବନ୍ଦ ଆଦି ଘଟଣା ଘଟାଉଛି। ମିଥ୍ୟା ମକଦ୍ଦମା କରି ମାନସିକ ନିର୍ଯାତନା ଦିଆଯାଉଛି।
ଏଭଳି ଅଭିଯୋଗ ଆଣି ସଂଯୁକ୍ତ କିଷାନ ମୋର୍ଚ୍ଚା-ଓଡ଼ିଶା ଶାଖା ତରଫରୁ ଏକ ୪ଜଣିଆ ପ୍ରତିନିଧି ଦଳ ରାଜଭବନ ଯାଇ ମଙ୍ଗଳବାର ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେବା ସହ ଏହାର ପ୍ରତିବାଦ କରିଛନ୍ତି। ଲୋକଙ୍କ ଜୀବନ, ଜୀବିକା, ଭିଟାମାଟି ଏବଂ ମାନବିକ ଅଧିକାରର ସୁରକ୍ଷା ପାଇଁ ରାଜ୍ୟପାଳ ହସ୍ତକ୍ଷେପ କରିବା ପାଇଁ ଦାବି କରାଯାଇଛି। ଲୋକଙ୍କ ବିରୋଧ ସାଙ୍ଗକୁ ନିରନ୍ତର କୃଷି ଅର୍ଥନୀତିକୁ ସର୍ବନାଶ କରି କର୍ପୋରେଟରଙ୍କ ଲାଭ ଓ ଲୋଭ ପାଇଁ ହୋଇଥିବା ଯୋଜନାରୁ ସରକାର ଓହରିବା ପାଇଁ ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ବାନ ଦେଇଛି। ଏଥିସହ ପୋସ୍କୋ ପାଇଁ ଅଧିଗ୍ରହଣ ହୋଇଥିବା ୨୯୦୦ ଏକର ଜମିକୁ ଲୋକଙ୍କୁ ଫେରାଇଦେବା, ସରକାର ଲୋକଙ୍କ ସହିତ ଆଲୋଚନା କରିବା ପାଇଁ ଉକ୍ତ ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି।
ଏହି ପ୍ରତିନିଧି ଦଳରେ ସୁରେଶ ପାଣିଗ୍ରାହୀ, ଶଶୀ ଭୂଷଣ ସ୍ବାଇଁ, ପ୍ରଫୁଲ୍ଲ ସାମନ୍ତରାୟ, ମହେନ୍ଦ୍ର ପରିଡା ପ୍ରମୁଖ ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ। ସେମାନଙ୍କ ସହିତ ନରେନ୍ଦ୍ର ମହାନ୍ତି, ଶ୍ରୀକାନ୍ତ ମହାନ୍ତି, ସନ୍ତୋଷ ରଥ ପ୍ରମୁଖ ରାଜଭବନ ଯାଇଥିଲେ। ଆସନ୍ତା ୬ ତାରିଖରେ କିଷାନ ମୋର୍ଚ୍ଚା ଢିଙ୍କିଆ ଅଞ୍ଚଳ ଗସ୍ତ କରି ଆନ୍ଦୋଳନକାରୀ ଜନତା, ଜିଲାପାଳ ଓ ଜିଲାର ଏସ୍‌ପିଙ୍କୁ ଭେଟିବ। ରାଜ୍ୟ ସରକାର ଶାନ୍ତିପୂର୍ଣ୍ଣ ଜନ ଆନ୍ଦୋଳନ ଉପରେ ଦମନ ଜାରି ରଖିଲେ ପ୍ରତିବାଦ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri